Posted inରାଜ୍ୟ

BSKY ନେଇ ଦ୍ୱନ୍ଦ୍ୱ ସୃଷ୍ଟି ନ ହେଉ, ଚିକିତ୍ସା ଜାରି ରହୁ: ଭାଜପା

ଭୁବନେଶ୍ୱର,୫।୬: ରାଜ୍ୟରେ ଭାଜପାକୁ ବହୁମତ ମିଳିବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(BSKY)କୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ ନଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ।

ଗତ କାଲି ଫଳାଫଳ ପ୍ରକାଶ ପାଇବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (BSKY)କୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସୁଛି। ରାଜ୍ୟର କିଛି ଘରୋଇ ହସପିଟାଲଗୁଡିକ BSKY କାର୍ଡ ବନ୍ଦ ହୋଇଗଲା କହି ଚିକିତ୍ସା ଯୋଗାଇ ନଦେଇ ରୋଗୀମାନଙ୍କୁ ଫେରାଇ ଦେଉଛନ୍ତି ବୋଲି ବିଭିନ୍ନ ଗଣମାଧ୍ୟରେ ଅଭିଯୋଗ ଆସୁଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

ରୋଗୀ ଓ ରୋଗର କୈାଣସି ଜାତି, ଧର୍ମ ଓ ଦଳ ନାହିଁ। ସାଧାରଣ ନାଗରିକଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପ୍ରତ୍ୟେକ ସରକାରର ପ୍ରାଥମିକତା। ସରକାର ପରିବର୍ତନ ଏକ ନିରନ୍ତର ପ୍ରକ୍ରିୟା। ଏହି ଆଳରେ ଲୋକଙ୍କ ମନରେ ଦ୍ୱନ୍ଦ ସୃଷ୍ଟି କରାଯାଇ ଚିକିତ୍ସା ସେବାରୁ ବଂଚିତ ରଖାଯିବା ହେଉଛି ଏକ ସାମାଜିକ ଏବଂ ବୈଧାନିକ ଅପରାଧ। ଏଭଳି ସାମାଜିକ ଅପରାଧରୁ କ୍ଷାନ୍ତ ରହି ରୋଗୀମାନଙ୍କୁ ଉପଯୁକ୍ତ ଏବଂ ଉନ୍ନତମାନର ସେବା ଓଡିଶାବାସୀଙ୍କୁ ଯୋଗାଇ ଦେବା ପାଇଁ କହିବା ସହିତ ପ୍ରଶାସନ ଏଭଳି ମିଥ୍ୟା ଗୁଜବ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ସାମଲ କହିଛନ୍ତି।

ସୂଚନାଯୋଗ୍ୟ ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ BSKY କାର୍ଡ କାର୍ଯ୍ୟକାରୀ ହେବ କି ନାହିଁ ଏପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ କୌଣସି ସ୍ପଷ୍ଟତା ଆସିନାହିଁ। ଅଭିଯୋଗ ହେଉଛି ଯେ BSKY ରେ ଚିକିତ୍ସା କରିବାକୁ ମନା କରିଦେଉଛନ୍ତି ମେଡ଼ିକାଲ କର୍ତ୍ତୃପକ୍ଷ। ଏପରିକି ମେଡ଼ିକାଲ କର୍ତ୍ତୃପକ୍ଷ BSKY ଗ୍ରହଣ ନକରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।ତେଣୁ ଯାହା ଆଶା କରାଯାଉଛି ସରକାରଙ୍କ ତରଫରୁ କୌଣସି ସ୍ପଷ୍ଟତା ନଆସିବା ପର୍ଯ୍ୟନ୍ତ ଏବଂ ଆୟୁସ୍ମାନ ଯୋଜନା ଲାଗୁହେବା ପର୍ଯ୍ୟନ୍ତ ଏହାକୁ ଚାଲୁ କରାଯାଉ। ତେବେ ଅଯଥାରେ ଲୋକ ହଇରାଣ ନ ହୁଅନ୍ତୁ ବୋଲି ସାଧାରଣରେ ଦାବି ଉଠିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?