‘ଧରିତ୍ରୀ’ ୫୦ ବର୍ଷ ପାଳନ ଅବସରରେ ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି ସମ୍ପର୍କିତ ବକ୍ତୃତା ପ୍ରତିଯୋଗିତା

ବ୍ରହ୍ମପୁର,୧୩ା୭(ସ୍ମୃତିରଞ୍ଜନ ମହାଲିକ): ‘ଧରିତ୍ରୀ’ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ଗୋପାଳପୁର ଅନ୍‌ ସି ମହାବିଦ୍ୟାଳୟଠାରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ବୁଧବାର ଆୟୋଜିତ ହୋଇଥିଲା। ‘ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି’ ବିଷୟ ଉପରେ ଅନୁଷ୍ଠିତ ଉକ୍ତ ପ୍ରତିଯୋଗିତାରେ ବିଶ୍ୱବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ଅଂଶଶ୍‌ଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାକୁ ଗୋପାଳପୁର ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ରାମପ୍ରସାଦ ପଣ୍ଡା ଶୁଭାରମ୍ଭ କରିବା ସହ ‘ଧରିତ୍ରୀ’ର ଆୟୋଜନକୁ ନେଇ ଭୂୟସୀ ପ୍ରଶଂସା କରିଥିଲେ। ଧରିତ୍ରୀ ଡେପୁଟି ନିୟୁଜ ଏଡିଟର ଲାଲା ସୁନୀଲ କୁମାର ରଥ ଯୋଗଦେଇ ଧରିତ୍ରୀ ସମ୍ପର୍କରେ ସୂଚନା ଦେବା ସହ ୫୦ ବର୍ଷ ପାଳନର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ। ଉକ୍ତ ପ୍ରତିଯୋଗିତାର  ଏସ୍‌ ସୁପ୍ରିୟା ରେଡ୍ଡି, ପ୍ରଥମ, ଦ୍ୱିତୀୟ ଯୁଗ୍ମ ଭାବେ ସଂପର୍ଣ୍ଣା ପ୍ରଧାନ ଓ ଜୁପିଟର ଶତପଥୀ, ପ୍ରଭାସିନୀ ମହାରଣା ତୃତୀୟ ହୋଇଥିଲେ। ଏହି ପ୍ରତିଯୋଗିତାରେ ବିଚାରକ ଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକ ଓ ଗଣ ଯୋଗାଯୋଗ ବିଭାଗର ଆସୋସିଏଟ୍‌ ପ୍ରଫେସର ଡ. ଜୟନ୍ତ କୁମାର ପଣ୍ଡା ଓ ଗୋପାଳପୁର ମହାବିଦ୍ୟାଳୟ ବାଣିଜ୍ୟ ବିଭାଗର ଅଧ୍ୟାପକ ମନୋଜ କୁମାର ପଟ୍ଟନାୟକ ଯୋଗଦେଇଥିଲେ। ବ୍ରହ୍ମପୁର ସଂସ୍କରଣ ଡେସ୍କ ମୁଖ୍ୟ ସରୋଜ ପଟ୍ଟନାୟକ, ବରିଷ୍ଠ ଖବରଦାତା ନରସିଂହ ସାହୁ, ଧରିତ୍ରୀ ଜିଲା ପ୍ରତିନିଧି ସ୍ମୃତିରଞ୍ଜନ ମହାଲିକ, ବ୍ରହ୍ମପୁର ପ୍ରସାରଣ ବିଭାଗର ମଳୟ କୁମାର ସାହୁ, ଖବରଦାତା ସୁବାସ ପାଢ଼ୀ, ତନୁଶ୍ରୀ ନାହାକ, ବାଣପୁର ଖବରଦାତା ଦିଲୀପ କୁମାର ସ୍ବାଇଁ ଓ ବ୍ରହ୍ମପୁର ଫଟୋଗ୍ରାଫର ସମୀର କୁମାର ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri