ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା ନୀତି ଆନୁକୂଲ୍ୟରେ ପ୍ରବୋଧନ ତାଲିମ ଶିବିର ଉଦ୍‌ଯାପିତ ହୋଇଛି। ୨ଟି ପର୍ଯ୍ୟାୟରେ ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ପ୍ରଶିକ୍ଷକ ପ୍ରଦୀପ ମହାପାତ୍ର, ବିଜୟ ପ୍ରଧାନ, ଶିବରାମ ପ୍ରଧାନ, ଶଙ୍କର ସେଠୀ, ଅଳକା ପ୍ରଧାନ, ସିମାଞ୍ଚଳ ବେହେରା, ଅନିଲ ସାହୁ, ସୁବ୍ରତ ପଣ୍ଡା, ବାସୁଦେବ ବେହେରା, ଶ୍ରୀକାନ୍ତ ସାମନ୍ତରାୟ, ମନୋଜ ବେହେରା, କୁରା ସେଠୀ ପ୍ରମୁଖ ତାଲିମ ପ୍ରଦାନ କରିଥିଲେ।

ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ, ଭୀଷ୍ମଗିରି ଗ୍ରାମ ବାଳକ ପ୍ରାଥମିକ ବିଦ୍ୟାଳୟ ଏବଂ ବମୋକେଇ ଗ୍ରାମ ସ୍ଥିତ ଶିବାନନ୍ଦ ନୋଡାଲ ହାଇସ୍କୁଲରେ ଆୟୋଜିତ ଶିବିରରେ ପର୍ଯ୍ୟାୟ କ୍ରମେ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲିମ ପ୍ରଦାନ କରାଯାଇଥିଲା। ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀ ଡ.ଶଙ୍କର ନାରାୟଣ ବେଜ, ସମ୍ମାନିତ ଅତିଥି ଭାବେ ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ବିଶ୍ରବା ପାଇକ, ରସାନନ୍ଦ ଘଡେଇ ଏବଂ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ ପ୍ରଧାନ ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

ବଢିଲା ଭାରତ-ଚାଇନା ସମେତ ଅନେକ ଦେଶର ଟେନସନ, ୫ ବର୍ଷ ପର୍ଯ୍ୟନ୍ତ ଗ୍ୟାସ ସପ୍ଲାଇ ଉପରେ ପଡ଼ିବ ପ୍ରଭାବ

ଦୋହା/ନୂଆଦିଲ୍ଲୀ,୨୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ କେବଳ ଇସ୍ରାଏଲ ଏବଂ ଆମେରିକା ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରୁନାହିଁ ବରଂ ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟ ଟାର୍ଗେଟ କରୁଛି।…

ଆଫଗାନିସ୍ତାନକୁ ଯୁଦ୍ଧରେ ସାହାଯ୍ୟ କରୁଛି ଭାରତ! ପାକିସ୍ତାନ ଆଣିଲା ସାଂଘାତିକ ଅଭିଯୋଗ…

ନୂଆଦିଲ୍‌ଲୀ,୨୦।୩: ଆଫଗାନିସ୍ତାନରେ ତାଲିବାନର ସର୍ୱୋଚ୍ଚ ନେତା ହିବାତୁଆଲ୍ଲାହ ଆଖୁନ୍ଦଜାଦା ପାକିସ୍ତାନ ସମ୍ପର୍କରେ ଏକ ଅତ୍ୟନ୍ତ କଠୋର ଏବଂ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି। ଇଦ-ଉଲ-ଫିତର ଅବସରରେ କାନ୍ଦାହାରର ଇଦଗାହରେ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

ବିଶ୍ୱର ସବଠୁ ଖୁସି ଦେଶ କିଏ ଜାଣନ୍ତି: ଏହି ସ୍ଥାନରେ ଅଛି ଭାରତ

ଲଣ୍ଡନ,୨୦ା୩:ଫିନ୍‌ଲାଣ୍ଡ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ଭାବେ ନିଜର ମାନ୍ୟତା ବଜାୟ ରଖିଛି। କ୍ରମାଗତ ଭାବେ ୯ମ ଥର ପାଇଁ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ସୂଚୀ…

ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ….

ଭୁବନେଶ୍ବର,୨୦।୩: ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଛି ଯେ, ଚାରିଆଡ଼େ ଧୂଆଁମୟ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri