ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା ନୀତି ଆନୁକୂଲ୍ୟରେ ପ୍ରବୋଧନ ତାଲିମ ଶିବିର ଉଦ୍‌ଯାପିତ ହୋଇଛି। ୨ଟି ପର୍ଯ୍ୟାୟରେ ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ପ୍ରଶିକ୍ଷକ ପ୍ରଦୀପ ମହାପାତ୍ର, ବିଜୟ ପ୍ରଧାନ, ଶିବରାମ ପ୍ରଧାନ, ଶଙ୍କର ସେଠୀ, ଅଳକା ପ୍ରଧାନ, ସିମାଞ୍ଚଳ ବେହେରା, ଅନିଲ ସାହୁ, ସୁବ୍ରତ ପଣ୍ଡା, ବାସୁଦେବ ବେହେରା, ଶ୍ରୀକାନ୍ତ ସାମନ୍ତରାୟ, ମନୋଜ ବେହେରା, କୁରା ସେଠୀ ପ୍ରମୁଖ ତାଲିମ ପ୍ରଦାନ କରିଥିଲେ।

ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ, ଭୀଷ୍ମଗିରି ଗ୍ରାମ ବାଳକ ପ୍ରାଥମିକ ବିଦ୍ୟାଳୟ ଏବଂ ବମୋକେଇ ଗ୍ରାମ ସ୍ଥିତ ଶିବାନନ୍ଦ ନୋଡାଲ ହାଇସ୍କୁଲରେ ଆୟୋଜିତ ଶିବିରରେ ପର୍ଯ୍ୟାୟ କ୍ରମେ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲିମ ପ୍ରଦାନ କରାଯାଇଥିଲା। ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀ ଡ.ଶଙ୍କର ନାରାୟଣ ବେଜ, ସମ୍ମାନିତ ଅତିଥି ଭାବେ ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ବିଶ୍ରବା ପାଇକ, ରସାନନ୍ଦ ଘଡେଇ ଏବଂ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ ପ୍ରଧାନ ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily