Posted inଫୁରସତ

ଆଖିରେ କପଡ଼ା ବାନ୍ଧି ସ୍ପିଡ୍‌ ଟାଇପିଂ

ଭୋପାଳ: ଭାରତରେ ପିଲା ହୁଅନ୍ତୁ ଅବା ଯୁବକ, ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ରହିଥାଏ। ମଧ୍ୟପ୍ରଦେଶର ରେୱା ଜିଲା ନିବାସୀ ବିକାଶ ତ୍ରିପାଠୀ(୩୦)ଙ୍କର ଏପରି ଏକ ପ୍ରତିଭା ରହିଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଦ୍ରୁତ ଟାଇପିଷ୍ଟ ଭାବେ ସେ ଆଖିପିଛୁଳାକେ ପ୍ରତି ସ୍ପେସ୍‌ ସହ A ରୁ Z ପର୍ଯ୍ୟନ୍ତ ବର୍ଣ୍ଣମାଳା ଟାଇପ୍‌ କରି ରେକର୍ଡ ସୃଷ୍ଟି କରିଛନ୍ତି। ତେବେ ବିକାଶଙ୍କ ଟାଇପିଂ ଶୈଳୀ ସାମାନ୍ୟ ଅଲଗା। ସେ ଆଖିରେ କପଡ଼ା ବାନ୍ଧି ଟାଇପିଂ କରିଥାନ୍ତି। ଏହି କୀର୍ତ୍ତିମାନ ଦ୍ୱାରା ବିକାଶଙ୍କ ନାମ ଆସିଷ୍ଟ ବୁକ୍‌ ଅଫ୍‌ ୱାଲର୍‌ଡ ରେକଡର୍‌ସ ଏବଂ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ପଞ୍ଜିକୃତ ହୋଇଛି। ବିକାଶ ହେଉଛନ୍ତି ରେୱାସ୍ଥିତ ରାତହରାର ୱାର୍ଡ ନମ୍ବର ୧୫ର ବାସିନ୍ଦା। ସେ ରେୱାରେ ଦ୍ୱାଦଶ ପର୍ଯ୍ୟନ୍ତ ଅଧ୍ୟୟନ ସମାପ୍ତ କରିଥିଲେ ଏବଂ ପରେ ସେ ଭୋପାଳର ବରକତୁଲ୍ଲାହ ବିଶ୍ୱବିଦ୍ୟାଳୟରୁ ସ୍ନାତକ ପଢ଼ିଥିଲେ। ବିକାଶଙ୍କ ବାପା ରେୱା କୋର୍ଟରେ ପୋଷ୍ଟିଂ ପାଇଥିଲେ। ପିଲାଦିନରୁ ହିଁ ବାପାଙ୍କୁ ଟାଇପିଂ କରୁଥିବାର ଦେଖି ବିକାଶ ଦ୍ରୁତଗତିରେ ଟାଇପିଂ କରିବାର ପ୍ରେରଣା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri