ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ ବାଇକ୍ ଚଳାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିବା ଜଣାପଡ଼ିଛି। ଉଭୟ ଗୋଷ୍ଠୀ ପକ୍ଷରୁ ଠେଙ୍ଗାବାଡ଼ିରେ ପରସ୍ପର ଉପରେ ଆକ୍ରମଣ ଓ ପ୍ରତିଆକ୍ରମଣ ହେବାରୁ କିଛି ବ୍ୟକ୍ତି ଆହତ ହୋଇଥିବାବେଳେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଗ୍ରାମରେ ଚାପା ଉତ୍ତେଜନା ଲାଗି ରହିଥିଲା।

ଘଟଣାକୁ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ କେ. ନୂଆଗାଁ ଥାନାରେ ଏତଲା ଦିଆଯାଇଥିଲା। ଥାନା ଆଇଆଇସି ବିଶ୍ୱଜିତ ନାୟକ ଓ ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌ଆଇ ଅତିଥି ଚରଣ ନାୟକ ସଦଳବଳେ ଗ୍ରାମରେ ପହଞ୍ଚି ତଦନ୍ତ କରିଥିଲେ। ପରେ ପୋଲିସ ଉଭୟ ଗୋଷ୍ଠୀର କିଛି ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିଥିଲା।

ଅଭିଯୋଗ ଅନୁସାରେ, ଗତ ଗୁରୁବାର ଅପରାହ୍ନରେ ଦଳିତ ସାହିର କିଛି ଯୁବକ ଦ୍ରୁତଗତିରେ ବାଇକ୍ ଚଳାଇ ଓଡ଼ିଆ ସାହି ମଧ୍ୟରେ ଯାତାୟାତ କରୁଥିଲେ। ଏହି ସମୟରେ ଓଡ଼ିଆ ସାହିର କିଛି ଯୁବକ ପ୍ରତିବାଦ କରିବା ସହ ସେମାନଙ୍କ ବାଇକ୍‌କୁ ଅଟକାଇ ସାହି ମଧ୍ୟରେ ଦ୍ରୁତଗତିରେ ବାଇକ୍ ନ ଚଳାଇବାକୁ କହିଥିଲେ। ଏହାକୁ ନେଇ ଉଭୟ ପକ୍ଷ ମଧ୍ୟରେ ବଚସା ହୋଇଥିଲା।

ଏହି ଖବର ଦଳିତ ସାହିରେ ପହଞ୍ଚିବା ପରେ ବହୁ ସଂଖ୍ୟକ ମହିଳା ଓ ପୁରୁଷ ହାତରେ ଠେଙ୍ଗାବାଡ଼ି ଧରି ଓଡ଼ିଆ ସାହିରେ ପ୍ରବେଶ କରିଥିଲେ। ସେଠାରେ ଗାଳିଗୁଲଜ କରିବା ସହ ପାଟିତୁଣ୍ଡ କରିଥିବା ଅଭିଯୋଗ ହୋଇଛି। କିଛି ସମୟ ମଧ୍ୟରେ ଉଭୟ ଗୋଷ୍ଠୀର ଯୁବକମାନେ ମୁହାଁମୁହିଁ ହୋଇଥିଲେ। ପରସ୍ପର ମଧ୍ୟରେ ଆକ୍ରମଣ ଓ ପ୍ରତିଆକ୍ରମଣ ହେବାରୁ ଗ୍ରାମର ରାସ୍ତା ରଣକ୍ଷେତ୍ର ପାଲଟିଥିଲା।

ଶୁକ୍ରବାର କେ. ନୂଆଗାଁ ଥାନାରେ ଦୁଇ ଗୋଷ୍ଠୀର ଶତାଧିକ ମହିଳା ଓ ପୁରୁଷ ଉପସ୍ଥିତ ରହି ହୋହଲ୍ଲା କରିଥିଲେ। ପୋଲିସ ଟିମ୍ ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିବା ସହ ଘଟଣାର ସମାଧାନ କରିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?