ଦ୍ରୁତଗତି ମଣିଷ ପାଇଁ ଆଣିଥାଏ ମହାବିପତ୍ତି, ଏଥିରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୧୮ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗାଡ଼ିଚାଳକଙ୍କୁ ନିରାପଦ ଗାଡ଼ି ଚଳାଇବା ନେଇ ସଚେତନ କରାଯାଉଛି। ଗାଡ଼ି ଚଳାଇବା ବେଳେ ସିଟ୍‌ ବେଲ୍ଟ ବ୍ୟବହାର, ବାଇକ୍‌ଚାଳକମାନେ ହେଲମେଟ୍‌ ବ୍ୟବହାର ସହ ୨ରୁ ଅଧିକ ଯାତ୍ରୀ ନ ନେବା, ନିଶାସକ୍ତ ଓ ମୋବାଇଲରେ କଥାବାର୍ତ୍ତା ଅବସ୍ଥାରେ ଗାଡ଼ି ନ ଚଳାଇବା ଦ୍ରୁତଗତି ମଣିଷ ପାଇଁ ମହାବିପତ୍ତି ଆଣିଥାଏ। ଏ ସମ୍ପର୍କରେ ସଚେତନ କରାଇବା ସହ ଗାଡ଼ିରେ ସମ୍ପୃକ୍ତି ସମସ୍ତ କାଗଜପତ୍ର ସାଥିରେ ରଖିବା, ଗାଡ଼ିର ହେଡ୍‌ ଲାଇଟ ୨୦ ପ୍ରତିଶତ କଳା ରଙ୍ଗ କରିବା, ଆଗ ଗାଡ଼ିଠାରୁ ଅତି କମ୍‌ରେ ୨୫ ଫୁଟ ଦୂରତାରେ ପଛ ଗାଡ଼ି ଦୂରତା ରଖିବା, ବୁଲାଣି ଓ ଓଭରଟେକ୍‌ ବେଳେ ହର୍ନ ବଜାଇବା ଆଦି ସୁରକ୍ଷିତ ଗାଡ଼ି ଚଲାଇବା ପାଇଁ ପ୍ରଚାରପତ୍ର ସହ ଗୋଲାପ ଫୁଲ ଦେଇ ଚାଳକଙ୍କୁ ଉତ୍ସାହିତ କରାଯାଇଛି।

ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ନିର୍ଦ୍ଦେଶକ୍ରମେ ପ୍ରୋବେସନର ସବ୍‌ ଇନ୍ସପେକ୍ଟର ଏସ୍‌. କେ ଇମଦାଦ ସଦଳବଳ ଏହି ସଚେତନ କରାଇଥିବା ବେଳେ ପୂର୍ବ ଭାରତ ବ୍ୟବସାୟୀ ସଂଗଠକଙ୍କ(ଇଆଇସି )ପକ୍ଷରୁ ଦଳର ମୁଖ୍ୟ ଚକ୍ରଧର ମହାରଣା, ରାକେଶ ସାହୁ, ମୃତ୍ୟୁଞ୍ଜୟ ମୁଦୁଲି, ମନୋଜ ମହାରଣା, କବି ଭଟ୍ଟ, ଗଦାଧର ମହାରଣା ପ୍ରମୁଖ ଏହି ସଚେତନରେ ସାମିଲ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri