୯ ବର୍ଷ ବିତିଲାଣି, ସରୁନି ସେତୁ ନିର୍ମାଣ

ନୀଳଗିରି, ୧୭।୮(ସ୍ବ.ପ୍ର.): ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ବିଜୁ ସେତୁ ଯୋଜନାରେ କୋଟି କୋଟି ଟଙ୍କା ମଞ୍ଜୁର କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ପ୍ରକଳ୍ପ ନିର୍ମାଣର ଦୀର୍ଘ ୯ ବର୍ଷ ପରେ ବି ସରୁନି କାର୍ଯ୍ୟ। ଏଭଳି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସୀମାନ୍ତରେ ଥିବା ନୀଳଗିରି ବ୍ଲକ ଅଯୋଧ୍ୟା ପଞ୍ଚାୟତ ଅଧୀନ ବାଲିପାଳଠାରେ। ଗୋଟିଏପଟେ ଗ୍ରାମବାସୀ ଅନ୍ୟପଟେ ଚାଷଜମି ରହିଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ବାଲିପାଳରୁ ନରସିଂହପୁର, ତିନିଦେଶ ଦେଇ ମୟୂରଭଞ୍ଜକୁ ସଂଯୋଗ ଓ ରାସ୍ତାର ଦୂରତା କମାଇବା ପାଇଁ ଦୀର୍ଘଦିନର ଦାବି ପରେ ସୀମାନ୍ତ ଜିଲାକୁ ସଂଯୋଗ ଓ ଗମନାଗମନ ସୁବିଧାକୁ ଲକ୍ଷ୍ୟ ରଖି ରାଜ୍ୟ ସରକାର ସୋନ ନଦୀ ଉପରେ ସେତୁ ନିର୍ମାଣ ପାଇଁ ମଞ୍ଜୁରି ଦେଇଥିଲେ। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୨୦୧୩ରେ ୯ କୋଟି ଟଙ୍କା ମଞ୍ଜୁର ହୋଇଥିଲା। ୨୦୧୪ରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୩ ବର୍ଷ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ଠିକାଦାରଙ୍କ ସହ ଚୁକ୍ତି ମଧ୍ୟ ହୋଇଥିଲା। ହେଲେ ଆଜିକୁ ୯ବର୍ଷ ପରେ ମଧ୍ୟ କାର୍ଯ୍ୟ ସରିନି। ଏନେଇ ବିଭାଗ ପକ୍ଷରୁ କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ବହୁବାର ଚିଠି କରାଯାଇଥିବା ବେଳେ ସମ୍ପୃକ୍ତ ଠିକାଦାର ବିଭିନ୍ନ ଆଳ ଦେଖାଇ ସମୟ ଗଡ଼ାଇ ମନ୍ଥର ଗତିରେ ନିର୍ମାଣ କାର୍ଯ୍ୟ ଚଳାଇଛନ୍ତି। ନଦୀର ଗୋଟିଏ ପାଖରେ ଗଁା ଓ ଅନ୍ୟ ପାଖରେ ଚାଷ ଜମି ରହିଥିବାରୁ ଲୋକେ ବହୁ ହଇରାଣ ହେଉଛନ୍ତି। ଉକ୍ତ ନଦୀ ଦେଇ ନ ଗଲେ ୧୫ କି.ମି.ବୁଲିବାକୁ ପଡ଼ିଥାଏ। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।
ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗର ଏସ୍‌ଡିଓ ଇଶ୍ୱରୀ ପ୍ରସାଦ ଦାସଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ ଉଠାଇ ନ ଥିଲେ। ପରେ ଉକ୍ତ ବିଭାଗର କନିଷ୍ଠଯନ୍ତ୍ରୀ ଦେବବ୍ରତ ଗାରୁଙ୍କୁ ପଚାରିବାରୁ କିଛି ବୈଷୟିକ ତ୍ରୁଟି ଯୋଗୁ କାର୍ଯ୍ୟ ବିଳମ୍ବ ହୋଇଛି, କିନ୍ତୁ ଆସନ୍ତା ବର୍ଷାଦିନ ପୂର୍ବରୁ କାମ ସରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri