Posted inଜାତୀୟ

୩୭ ହଜାର ଫୁଟ ଉଚ୍ଚରେ ଫାଟିଲା ସ୍ପାଇସ ଜେଟ ବିମାନର ୱିଣ୍ଡସିଲ

ମୁମ୍ବାଇ,୨୯ ।୫: ୩୭ ହଜାର ଫୁଟ ଉଚ୍ଚରେ ଉଡୁଥିବା ବେଳେ ବିମାନ ଝରକାର କାଚ ଫାଟିବା ଘଟଣା ଶୁଣିବା ପରେ ଯେ କୌଣସି ବ୍ୟକ୍ତିଙ୍କ ଲୋମ ଟାଙ୍କୁରି ଉଠିବ ନିଶ୍ଚୟ । ଏମିତି ଏକ ଘଟଣା ଘଟିଛି ମୁମ୍ବାଇରୁ ଗୋରଖପୁର ଯାଉଥିବା ସ୍ପାଇସଜେଟ ବିମାନରେ । ସ୍ପାଇସଜେଟର ବୋଇଂ ୭୩୭ ବିମାନ ମୁମ୍ବାଇରୁ ଗୋରଖପୁର ଯାଉଥିବା ବେଳେ ୩୭ ହଜାର ଫୁଟ ଉପରେ ଉଡୁଥିବା ବେଳେ ବିମାନ ଝରକାରେ ଫାଟ ହୋଇଥିବା ଜଣାପଡିଥିଲା । ପାଇଲଟ ଉପସ୍ଥିତ ବୁଦ୍ଧି ଖଟାଇ ବିମାନଟିକୁ ମୁମ୍ବାଇ ବିମାନ ବନ୍ଦରରେ ଅବତରଣ କରାଇ ଦେଇଥିଲେ । ଏହାପରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିଲା ଓ ଏକ ନିଶ୍ଚିତ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଥିଲା ।
ବିମାନ କମ୍ପାନୀର ପ୍ରବକ୍ତା ୨୮ ମେ’ରେ ସ୍ପାଇସଜେଟର ବୋଇଂ ୭୩୭ ବିମାନ ମୁମ୍ବାଇରୁ ଗୋରଖପୁର ଯିବାର ଥିଲା । ହେଲେ ଉଡିବା ସମୟରେ ଏହାର ଝରକାରେ କାଚ ଫାଟିବା ଜଣାପଡିବା ପରେ ଏ ସମ୍ପର୍କରେ ବିମାନ ଚଳାଚଳ ନିୟନ୍ତ୍ରକଙ୍କୁ ସୂଚନାଦେବା ପରେ ବିମାନଟିକୁ ସୁରକ୍ଷିତ ଭାବେ ମୁମ୍ବାଇ ବିମାନ ବନ୍ଦରରେ ଅବତରଣ କରାଯାଇଥିଲା ।
ସ୍ପାଇସଜେଟର ପ୍ରବକ୍ତା କହିଛନ୍ତି, ବୋଇଂ ୭୩୭ ବିମାନ ଏସଜି-୩୮୫ (ମୁମ୍ବାଇ-ଗୋରଖପୁର) ଯାତ୍ରା କରିବାକୁ ନିର୍ଦ୍ଧାରିତ ଥିଲା । ହେଲେ ଅଧାବାଟରେ ଏହାର ୱିଣ୍ଡସିଲ ଫାଟିଥିବା ଦେଖିବା ପରେ ଏହାର ସୂଚନା ଏଟିସିକୁ ଦେଇ ବିମାନଟିକୁ ମୁମ୍ବାଇ ବିମାନ ବନ୍ଦରରେ ପୁଣି ଅବତରଣ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?