ଝାରସୁଗୁଡ଼ାରୁ ବିମାନ ଚଳାଚଳ ବନ୍ଦ କଲା ସ୍ପାଇସ୍‌‌ଜେଟ୍‌‌

ଭୁବନେଶ୍ୱର,୩୧।୩: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସ୍ପାଇସ୍‌‌ଜେଟ୍‌‌ ଝାରସୁଗୁଡ଼ାରୁ ଦିଲ୍ଲୀକୁ ଚଳାଚଳ କରୁଥିବା ସମସ୍ତ ବିମାନକୁ ଆଜିଠାରୁ ସମ୍ପୂର୍ଣ୍ଣ ରୂପେ ଅପସାରଣ କରିଛି। ଝାରସୁଗୁଡ଼ା ବିମାନବନ୍ଦରରରୁ ସ୍ପାଇସ୍ ଜେଟ୍ତା ’ର ବିମାନ ସେବା ବିଭିନ୍ନ ସେକ୍ଟରରୁ ବନ୍ଦ କରିବାରେ ଲାଗିଥିବାରୁ ଯାତ୍ରୀଙ୍କ ମଧ୍ୟ ଅସନ୍ତୋଷ ପ୍ରକାଶ ପାଇଛି।

ସ୍ପାଇସଜେଟ୍ ପର୍ଯ୍ୟାୟକ୍ରମେ କୋଲକାତା, ହାଇଦ୍ରାବାଦ, ବେଙ୍ଗାଲୁରୁ, ମୁମ୍ୱାଇକୁ ବିମାନସେବା ବନ୍ଦକରିସାରିଥିବା ବେଳେ ଏବେ ଦିଲ୍ଲୀକୁ ବିମାନସେବା ବନ୍ଦ କରିଛି।

ସୂଚନାଯୋଗ୍ୟ, ଗତ ୨୦୨୧ ମସିହାରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଝାରସୁଗୁଡ଼ା ବିମାନବନ୍ଦରରେ ଜାତୀୟ ସ୍ତରର ଉଡାନ୍ ପର୍ବ ଅବସରରେ ଝାରସୁଗୁଡ଼ାରୁ ବିଭିନ୍ନ ସ୍ଥାନକୁ ବିମାନସେବା ଆରମ୍ଭ କରିଥିଲେ।

ଅନ୍ୟପଟେ ଇଣ୍ଡିଗୋ ଏୟାର ଲାଇନ୍ସ ଏପ୍ରିଲ ପହିଲାରୁ ଦିଲ୍ଲୀ ରୁଟ୍‌ରେ ଏହାର ସେବା ଆରମ୍ଭ କରିବା ନେଇ ଆବେଦନ କରିଥିବା ପୂର୍ବରୁ ସୂଚନା ମିଳିଥିଲେ ମଧ୍ୟ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଖାଲି ସେତିକି ନୁହେଁ, ବରଂ ଇଣ୍ଡିଗୋର ଏହି ରୁଟ୍‌ ସମର ସିଡ୍ୟୁଲ୍‌ରେ ସ୍ଥାନିତ ହୋଇଛି ନା ନାହିଁ ସେନେଇ ବିମାନ ବନ୍ଦର କର୍ତ୍ତୃପକ୍ଷ ବି ସ୍ପଷ୍ଟ ନଥିବା ବେଳେ ଟିକେଟ ବୁକିଂ ମଧ୍ୟ ଆରମ୍ଭ ହୋଇନି। ଏହାକୁ ନେଇ ଯାତ୍ରୀ ଏବେ ଦ୍ବନ୍ଦ୍ବରେ ପଡ଼ି ଯାଇଛନ୍ତି। ଝାରସୁଗୁଡ଼ା ବିମାନ ବନ୍ଦରରୁ ଦୈନିକ ୧୫୦ରୁ ଅଧିକ ଯାତ୍ରୀ ଦିଲ୍ଲୀ ଯାଉଥିବାରୁ ଏପ୍ରିଲ ପହିଲାରୁ ଏହି ଯାତ୍ରୀ କ’ଣ କରିବେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri