Posted inଖେଳ

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ ଟି୨୦ ବିଶ୍ୱକପ୍‌ ଗ୍ରୁପ୍‌ ‘ସି’ର ଏକ ମ୍ୟାଚରେ ସ୍କଟଲାଣ୍ଡକୁ ୫ଉଇକେଟରେ ପରାସ୍ତ କରିଛି।

ଶନିବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ ନେଇଥିବା ଇଂଲଣ୍ଡ ରଶିଦଙ୍କ ପ୍ରଭାବୀ ବୋଲିଂ ଜରିଆରେ ସ୍କଟଲାଣ୍ଡକୁ ୧୫୨ରନ ସ୍କୋରରେ ସୀମିତ କରିଦେଇଥିଲା। ପେସର ଜୋଫ୍ରା ଆର୍ଚର ଏବଂ ବାମହାତୀ ସ୍ପିନର ଲିଆମ ଡସନ ଦୁଇଟି ଲେଖାଏ ଉଇକେଟ ନେଇଥିଲେ।

ସ୍କଟଲାଣ୍ଡର ଟପ୍‌ ସ୍କୋରର ଅଧିନାୟକ ରିଚି ବେରିଙ୍ଗଟନ ୩୨ ବଲ୍‌ରେ ୪୯ ରନ ସଂଗ୍ରହ କରିଥିବା ବେଳେ ଓପନର ମାଇକେଲ ଜୋନ୍ସଙ୍କର ୩୩ ରନ ଅବଦାନ ଥିଲା। ବିଜୟ ଲକ୍ଷ୍ୟ ପିଛା କରିବା ବେଳେ ଇଂଲଣ୍ଡର ଆରମ୍ଭ ଉତ୍ସାହଜନକ ନ ଥିଲା। ଦଳର ଦୁଇ ଓପନର ଫିଲ୍‌ ସଲ୍ଟ ଓ ଜୋସ ବଟଲର ମାତ୍ର ଦୁଇ ଓଭର ଭିତରେ ଆଉଟ ହୋଇଯାଇଥିଲେ। କିନ୍ତୁ ଜାକବ ବେଥେଲ (୨୮ ବଲ୍‌ରୁ ୩୨) ଏବଂ ବାଣ୍ଟନ (୪୧ ବଲ୍‌ରୁ ୬୩ନଟଆଉଟ) ତୃତୀୟ ଉଇକେଟରେ ୬୬ରନ ଯୋଗ କରିବା ଦ୍ୱାରା ଇଂଲଣ୍ଡ ମ୍ୟାଚ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲା। ସାମ କୁରାନ ୨୦ ବଲ୍‌ରେ ୨୮ରନ କରିଥିବା ବେଳେ ଶେଷ ଭାଗରେ ଓ୍ବିଲ୍‌ ଜ୍ୟାକ୍ସ ୧୦ବଲ୍‌ରୁ ୧୬ ରନ କରି ଅପରାଜିତ ଥିଲେ। ଇଂଲଣ୍ଡ ୧୦ଟି ବଲ୍‌ ବାକିଥାଇ ୧୫୩ ରନର ବିଜୟ ଲକ୍ଷ୍ୟକୁ ହାସଲ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?