କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ ଭଡାରେ ବିଭିନ୍ନ ପନିପରିବା ଆଣୁଥିବାରୁ ବର୍ଷା ଋତୁରେ ଦରଦାମ ବଢ଼ିବାରେ ଲାଗିଛି।
କେସିଙ୍ଗା ସହରରେ ଥିବା ହସ୍ପିଟାଲ ଛକ,ହାଇସ୍କୁଲ ନିକଟରେ ବ୍ୟବସାୟୀମାନେ ରାସ୍ତାର ଉଭୟ ପାର୍ଶରେ ପନିପରିବା ବିକ୍ରି କରୁଛନ୍ତି। ଖରା ବର୍ଷାରେ ରାସ୍ତା ପାର୍ଶରେ ବସି ପନିପରିବା ବିକ୍ରି କରି ପରିବାର ପ୍ରତିପୋଷଣ କରୁଛନ୍ତି। କିନ୍ତୁ ବଜାରରେ ଫୁଲ କୋବି କେଜି ପ୍ରତି ଏକ ଶହରେ ବିକ୍ରି କରୁଥିବାବେଳେ କାଙ୍କଡ଼ ୮୦ଟଙ୍କା,ପୋଟଳ କେଜି ୮୦ ଟଙ୍କା,ବନ୍ଧା କୋବି ୮୦ଟଙ୍କା, ଗାଜର କେଜି ୧୨୦ଟଙ୍କା, କାକୁଡି କେଜି ପ୍ରତି ୬୦ଟଙ୍କା, ବାଇଗଣ, ଟମାଟୋ କେଜି ପ୍ରତି ୪୦ଟଙ୍କା, କଲରା କେଜି ପ୍ରତି ୮୦ଟଙ୍କା,ଭେଣ୍ଡି କେଜି ପ୍ରତି ୪୦ଟଙ୍କା, କଞ୍ଚାଲଙ୍କା କେଜି ପ୍ରତି ୧୨୦ ରୁ ୧୪୦, ପିଆଜ, ଆଳୁ କେଜି ପ୍ରତି ୪୦ଟଙ୍କା, ଧନିଆପତ୍ର କେଜି ପ୍ରତି ୧୨୦ଟଙ୍କା ଦରରେ ବର୍ଷା ଦିନରେ ବିକ୍ରି ହେଉଛି। ଚାଷୀ ନିଜେ ଚାଷ କରି ନ ଥିବାରୁ ଅନ୍ୟ ରାଜ୍ୟରୁ ପନିପରିବା ଆଣୁଥିବାରୁ ଚଢା ଦରରେ ବିକ୍ରି ହେଉଛି। କେସିଙ୍ଗା ସହରରେ ଡାଳିମ୍ବ, ସେଓ,କଦଳୀ ଆଦି ଫଳମୂଳର ଦାମ ବହୁତ ଚଢା ଦରରେ ବିକ୍ରି ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?