କାର୍ତ୍ତିକ ପୂର୍ଣ୍ଣିମା ପାଇଁ ସବୁଠି ଆଧ୍ୟାତ୍ମିକ ପରିବେଶ: ପୁରୁଣା ପରମ୍ପରା ଉଜ୍ଜିବୀତ କରିବାକୁ ଚାଲିଛି ଉଦ୍ୟମ

ଦାରିଙ୍ଗବାଡି, ୪/୧୧ (ଅରୁଣ ସାହୁ): ଚାଲିଛି କାର୍ତ୍ତିକ ବ୍ରତ ସବୁଠି ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ। ସବୁଠି ହରେକୃଷ୍ଣ ନାମ ଜପ ସହ କୀର୍ତ୍ତିନ ଭଜନ ଜମୁଛି। ଏହି କ୍ରମରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଆଧ୍ୟାତ୍ମିକ ପରିବେଶ ଦେଖିବାକୁ ମିଳିଛି। ତେବେ ଦେଖିବାକୁ ମିଳୁଛି। ଯୁବପିଢ଼ିଙ୍କ ମଧ୍ୟରେ ସେହି ପୁରୁଣା ପରମ୍ପରା ନୃତ୍ୟ ରାଧାକୃଷ୍ଣ ବେଶଧାରୀ ସହ ରାଧା କୃଷ୍ଣଙ୍କ ବେଶରେ କୀର୍ତ୍ତନର ତାଳେ ତାଳେ ନୃତ୍ୟ ପରିବେଷଣ କରୁଥିବା ଦେଖିବାକୁ ମିଳିଛି। ବିଭିନ୍ନ କୀର୍ତ୍ତନମଣ୍ଡଳୀ ଆଖପାଖ ଗାଁ ପରିକ୍ରମା କରି ଏଭଳି ବୁଲୁଥିବା ଦେଖିବାକୁ ମିଳିଛି। ମୃଦଙ୍ଗ, ଗିନି, ଘଣ୍ଟା ଶବ୍ଦ ରେ ଦାରିଙ୍ଗବାଡି ଅଞ୍ଚଳ ପ୍ରକମ୍ପିତ ହେଉଛି। ହଜିଯାଇଥିବା ଏହି ପରମ୍ପରାକୁ ପୁଣି ଯୁବପିଢ଼ି ପୁନଃରୁଦ୍ଧାର କରି ଏଭଳି ରାଧାକୃଷ୍ଣ ବେଶରେ ଗାଁ ଗାଁ ବୁଲୁଥିବା ଦେଖିବାକୁ ମିଳୁଛି। ଦାରିଙ୍ଗବାଡି ସମେତ ଶ୍ରାନିକେତା, କିରିକୁଟି, ସିମନବାଡି, ଦଣ୍ଡିମା, ଗ୍ରୀନବାଡି, ଭ୍ରମରବାଡି, ବ୍ରାହ୍ମଣୀଗାଁ, ଗଦାପୁର ଆଦି ଅଞ୍ଚଳରେ କାର୍ତ୍ତିକବ୍ରତ, ନାମଯାଜ୍ଞ, ଘୃତ ଯଜ୍ଞ, ଅର୍ନ୍ନ ଯଜ୍ଞ ଆଦି ଚାଲିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?