କ୍ରୀଡା ପୁରସ୍କାର ନାଁ ବଦଳେଇବା ଘଟଣା: ସଫେଇ ଦେଲେ କ୍ରୀଡା ମନ୍ତ୍ରୀ

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି ବୋଲି ଖୋଦ୍‌ ମୁଖ୍ୟମନ୍ତ୍ରୀ ମୋହନ ମାଝି କହିଛନ୍ତି।

ତେବେ ମୁଖ୍ୟମନ୍ତ୍ରୀ କହିବାର କିଛି ସମୟ ପରେ କ୍ରୀଡାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଯ ମଧ୍ୟ ଏନେଇ ସଫେଇ ଦେଇଛନ୍ତି। ସେ କହିଛନ୍ତି,ବିଜୁ ବାବୁଙ୍କ ପ୍ରତି ସମ୍ମାନ ରହିଛି। ଓଡ଼ିଶାର ବରପୁତ୍ରମାନଙ୍କୁ ସମ୍ମାନ ଦେବାକୁ ଚେଷ୍ଟା କରୁଛି କ୍ରୀଡ଼ା ବିଭାଗ।

ସୂଚନାଥାଉ କି, ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇବା ନେଇ ଶନିବାର କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନ ଏଣିକି ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’ ନାମରେ ନାମିତ ହେବ ବୋଲି କୁହାଯାଇଥିଲା। ଏଥି ସହିତ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଏହି ସମ୍ମାନକୁ ନେଇ ନୂଆ ଗାଇଡଲାଇନ ମଧ୍ୟ ଜାରି କରାଯାଇଥିଲା।
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ଅମଳରେ ଏହି ପୁରସ୍କାର ଆରମ୍ଭ କରାଯାଇଥିଲା। ସେ ଏହି ପୁରସ୍କାର ତାଙ୍କ ପିତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିଥିଲେ। ପ୍ରତିବର୍ଷ ଅଗଷ୍ଟ ୨୯ ଜାତୀୟ କ୍ରୀଡ଼ା ଦିବସରେ ଏହି ପୁରସ୍କାର ପ୍ରଦାନ କରାଯାଏ। ମୋଟ ୫ଟି ବର୍ଗରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri