ଖେଳକୁଦ ପ୍ରତିଯୋଗିତା ଉଦ୍‌ଯାପିତ: ଭାଗନେଲେ ୨୨୫ ଛାତ୍ରୀଛାତ୍ର

ବଡବିଲ,୨୨।୧୦(ସ୍ବପ୍ର): କେନ୍ଦୁଝର ଜିଲା ବଡ଼ବିଲଠାରେ ଶନିବାରଠାରୁ ଆରମ୍ଭ ହୋଇଥିବା ସମ୍ଭାଗସ୍ତରୀୟ ୨ ଦିନିଆ ଖେଳକୁଦ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି। ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ କେନ୍ଦୁଝର ଜିଲା ବଡବିଲଠାରେ ଅନୁଷ୍ଠିତ ଏହି ଖେଳକୁଦ ପ୍ରତିଯୋଗିତାରେ କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲା ସରସ୍ବତୀ ଶିଶୁମନ୍ଦିର ୧୨ଟି ସଂକୁଳରୁ ୨୨୫ଜଣ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଦୌଡ଼, ଲମ୍ବ ଡିଆଁ ଏବଂ ଉଚ୍ଚ ଡିଆଁରେ ଆଦି ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରି ବରିଷ୍ଠ ବିଭାଗର ବାଳିକା ଓ ବାଳକ ବର୍ଗରେ ଯଥାକ୍ରମେ ଲକ୍ଷ୍ମୀପ୍ରିୟା ଗିରି ଓ ଦଶରଥ ସୋରେନ ପ୍ରଥମ ସ୍ଥାନ ହାସଲ କରି ଚାମ୍ପିୟନ ହୋଇଥିଲେ। ସେହିପରି କନିଷ୍ଠ ବିଭାଗରେ ଦିପ୍ତିମୟୀ ମାଝୀ ଓ ସୂର୍ଯ୍ୟ ହେମ୍ବ୍ରମ ପ୍ରଥମ ସ୍ଥାନ ହାସଲ କରି ଚାମ୍ପିୟନ ବିବେଚିତ ହୋଇଥିଲେ। ଉଦ୍‌ଯାପନୀ ଉତ୍ସବରେ ସମସ୍ତ ଚାମ୍ପିୟନ ଓ ଉତ୍ତମ ଖେଳ ପ୍ରଦର୍ଶନ କରିଥିବା ଖେଳାଳିମାନଙ୍କୁ ପୁରସ୍କୃତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri