Posted inଖେଳ

ଭିନ୍ନକ୍ଷମ ଦିବସରେ କ୍ରୀଡ଼ା ପ୍ରତିଯୋଗିତା

ଭୁବନେଶ୍ୱର, ୪ା୧୨ (ବିଜୟ ରଣା): ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଆନୁକୂଲ୍ୟରେ ଦୁଇ ଦିନ ଧରି ଦୂତୀଚାନ୍ଦ ଇନ୍‌ଡୋର ଷ୍ଟାଡିୟମରେ ଏକ କ୍ରୀଡ଼ା ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏଥିରେ ବିଭିନ୍ନ ସ୍ବତନ୍ତ୍ର ବିଦ୍ୟାଳୟ ତଥା ସ୍ବେଚ୍ଛାସେବୀ ସଂଗଠନ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନଗୁଡ଼ିକରୁ ପ୍ରାୟ ୨୦୦ ଦୃଷ୍ଟିବାଧିତ, ଶ୍ରବଣବାଧିତ, ସେରେବ୍ରାଲ୍‌ ପାଲ୍‌ସି ଓ ଅଟିଜିମ୍‌ଗ୍ରସ୍ତ ତଥା ମାନସିକ ଅନଗ୍ରସର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଏଥିରେ ବିଭିନ୍ନ ବର୍ଗରେ ୧୦୦ ମିଟର ଓ ୨୦୦ ମିଟର ଦୌଡ଼, ଉଚ୍ଚଡିଆଁ, ଲମ୍ବଡିଆଁ, ଶଟ୍‌ଫୁଟ୍‌ ଥ୍ରୋ ସାଙ୍ଗକୁ ହ୍ବିଲଚେୟାର ରେସ୍‌ ଓ ସଫ୍ଟ ବଲ୍‌ ଥ୍ରୋ ସମେତ ଅନ୍ୟ ବହୁ କ୍ରୀଡ଼ା ପ୍ରତିଯୋଗିତ ହୋଇଥିଲା। ଶେଷରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଦିଲୀପ କୁମାର ରାୟ ଓ ନିର୍ଦ୍ଦେଶକ ନିୟତି ପଟ୍ଟନାୟକ ପ୍ରମୁଖ ଯୋଗଦାନ କରି କୃତି ପ୍ରତିଯୋଗୀଙ୍କୁ ଅର୍ଥରାଶି ସହ ପ୍ରଶଂସାପତ୍ର ବିତରଣ କରିଥିଲେ। ବିଭାଗ ପକ୍ଷରୁ ନିଶିକାନ୍ତ ଟେଟେ ଓ କବିତାଶ୍ରୀ ଅମାତ ପ୍ରତିଯୋଗିତା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri