Posted inଖେଳ

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ ଜବାବ ଦେଇଛନ୍ତି। ହେଲେ ଏବେ ଜଣେ ଅମ୍ପାୟାର ତାଙ୍କ ଟାର୍ଗେଟକୁ ଆସିଛନ୍ତି। କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷରେ ତାଙ୍କ ଆଉଟ୍‌ ହେବାକୁ ନେଇ ବିବାଦ ହୋଇଥିଲା। କୋହଲି ନିଷ୍ପତ୍ତିକୁ ନେଇ ରାଗରେ ଗରଗର ହୋଇଥିଲେ। କଥା କଟାକଟି ପରେ ସେ ପ୍ୟାଭିଲିୟନକୁ ନିରାଶ ହୋଇ ଫେରିଥିଲେ। ସମସ୍ତେ ଏହି କଥା ଭୁଲି ଯାଇଥିଲେ ହେଁ କୋହଲି ଏହାକୁ ଭୁଲିପାରି ନ ଥିଲେ। ମ୍ୟାଚ୍‌ ପରେ ସେ ଅମ୍ପାୟାରଙ୍କଠାରୁ ପ୍ରତିଶୋଧ ନେଇଛନ୍ତି।

କୋହଲିଙ୍କ ଆଉଟ୍‌କୁ ଅନେକ ବିଶେଷଜ୍ଞ ଠିକ୍‌ ବୋଲି କହୁଥିବା ବେଳେ ଅନେକ ଭୁଲ୍‌ ବୋଲି କହୁଛନ୍ତି। ଏମିତିରେ ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ବିରାଟ ତାଙ୍କଠାରୁ ପ୍ରତିଶୋଧ ନେଉଥିବା ସ୍ପଷ୍ଟ ହୋଇଛି। କାରଣ ମ୍ୟାଚ୍‌ ପରେ ସମସ୍ତ ଖେଳାଳି ପରସ୍ପର ସହ ହାତ ମିଳାଇଥାନ୍ତି। ଭିଡିଓରେ ବିରାଟ କୋଲକାତା ଖେଳାଳିଙ୍କ ସହ ହାତ ମିଳାଇଥିଲେ ହେଁ ଅମ୍ପାୟାର ଆସିବା ପରେ କିଛି କହୁଥିବା ନଜର ଆସୁଛି। ଅମ୍ପାୟାର ରୋହନ ପଣ୍ଡିତଙ୍କୁ ସେ ଅଣଦେଖା କରି ହାତ ମିଳାଉନାହାନ୍ତି। ଏହାପରେ ସେ ଆଗକୁ ଯାଇ ଅନ୍ୟ ଖେଳାଳିଙ୍କୁ ହାତ ମିଳାଉଥାନ୍ତି।

ଏହି ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଥିବା ବେଳେ କୋହଲି ବଡ଼ ପ୍ରତିଶୋଧ ନେଇଥିବା କୁହାଯାଉଛି।ଗତ ସିଜନରେ ମଧ୍ୟ ଲକ୍ଷ୍ନୌ ଖେଳାଳି ନବୀନ ଉଲ ହକ୍‌ ଏବଂ ଗୌତମ ଗମ୍ଭୀରଙ୍କ ସହ ଝଗଡ଼ା କରି ବିବାଦରେ ରହିଥିଲେ ବିରାଟ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?