Posted inଖେଳ

ଇତିହାସ ରଚିଲେ ଅଶ୍ୱିନ, ମାତ୍ର ୩୯ ମ୍ୟାଚ୍‌ରେ ହେଲେ ‘ନମ୍ବର ୧’…

ପୁଣେ,୨୪।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟରେ ଅଶ୍ୱିନ ବିଶ୍ୱ ରେକର୍ଡ ହାସଲ କରିଛନ୍ତି। ଭାରତର ଏହି ଅଫ ସ୍ପିନର ପ୍ରଥମ ଇନିଂସରେ ନ୍ୟୁଜିଲ୍ୟାଣ୍ଡର ବ୍ୟାଟ୍ସମ୍ୟାନ ୱିଲ ୟଙ୍ଗଙ୍କୁ ଆଉଟ୍‌ କରି ନିଜ ନାମରେ ବିଶ୍ୱ ରେକର୍ଡ କରିଛନ୍ତି। ଅଷ୍ଟ୍ରେଲୀୟ ସ୍ପିନର ନାଥାନ ଲିଓନଙ୍କୁ ପଛରେ ପକାଇ ଅଶ୍ୱିନ ଟେଷ୍ଟ କ୍ରିକେଟରେ ସବୁଠାରୁ ଅଧିକ ଉଇକେଟ ନେଇଥିବା ବୋଲର୍‌ ପାଲଟିଛନ୍ତି। ମାତ୍ର ୩୯ ମ୍ୟାଚ୍‌ରେ ସେ ଏହି କାରନାମା କରିଦେଖାଇଛନ୍ତି।

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ସର୍ବାଧିକ ଉଇକେଟ ନେବାର ରେକର୍ଡ ପ୍ରଥମେ ଅଷ୍ଟ୍ରେଲିଆର ନାଥାନ ଲିଓନଙ୍କ ନାମରେ ଥିଲା। ଏଯାବତ ସେ ୪୩ ମ୍ୟାଚ୍‌ ଖେଳିଥିବା ବେଳେ ୧୮୭ ଉଇକେଟ ନେବାରେ ସଫଳ ହୋଇଛନ୍ତି। ପୁଣେ ଟେଷ୍ଟ ପୂର୍ବରୁ ନାଥାନଙ୍କ ରେକର୍ଡ ଭାଙ୍ଗିବାକୁ ଅଶ୍ୱିନଙ୍କୁ ୨ ଉଇକେଟର ଆବଶ୍ୟକତା ଥିଲା। ଏମିତିରେ ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡର ୨ ଉଇକେଟ ଯିବା ପରେ ସେ ସବୁଠାରୁ ଅଧିକ ଉଇକେଟ ନେଇଥିବା ବୋଲର ପାଲଟିଛନ୍ତି।

ଅଶ୍ୱିନ ନିଜର ୩୯ ତମ ମ୍ୟାଚ ଖେଳି WTC ରେ ଅଧିକାଂଶ ଉଇକେଟ ରେକର୍ଡ ଭାଙ୍ଗିଥିଲେ। ପୁଣେ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲ୍ୟାଣ୍ଡର ଅଧିନାୟକ ଟମ ଲାଥାମଙ୍କୁ ଆଉଟ୍‌ କରି ସେ ନାଥାନ ଲିଅନଙ୍କ ୧୮୭ ଉଇକେଟର ସମକକ୍ଷ ହୋଇଥିଲେ। ଏହା ପରେ ସେ ୱିଲ ୟଙ୍ଗଙ୍କୁ ଆଉଟ୍‌ କରି ତାଙ୍କ ରେକର୍ଡ ଭାଙ୍ଗିଥିଲେ। ବର୍ତ୍ତମାନ ଅଶ୍ୱିନ WTC ଇତିହାସରେ ସର୍ବାଧିକ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri