Posted inଖେଳ

ସନ୍ନ୍ୟାସ ନେବେ ଦିନିକିଆର ନମ୍ବର ୧ ଅଲରାଉଣ୍ଡର, ଚମକାଇଲା ନିଷ୍ପତ୍ତି

ନୂଆଦିଲ୍ଲୀ,୮।୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପରେ ଭେଟେରାନ ଆଫଗାନିସ୍ତାନ କ୍ରିକେଟର ମହମ୍ମଦ ନବୀ ଦିନିକିଆ କ୍ରିକେଟରୁ ଅବସର ନେବେ। ନବୀ ବର୍ତ୍ତମାନ ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ନମ୍ବର ୧ ଅଲରାଉଣ୍ଡର। ସେ ୨୦୦୯ରେ ସ୍କଟଲ୍ୟାଣ୍ଡ ବିପକ୍ଷରେ ଦିନିକିଆ ଡେବ୍ୟୁ କରିଥିଲେ। ଗତ ୧୫ ବର୍ଷ ଧରି ଏହି ଏହି ଫର୍ମାଟରେ ଆଫଗାନିସ୍ତାନ ପାଇଁ ଖେଳୁଥିଲେ। ତେବେ ସେ ୫ ବର୍ଷ ପୂର୍ବେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। ତେବେ ମହମ୍ମଦ ନବୀ ଆଫଗାନିସ୍ତାନ ପାଇଁ ଟି -୨୦ କ୍ରିକେଟ ଖେଳିବା ଜାରି ରଖିବେ।

ଆଫଗାନିସ୍ତାନ କ୍ରିକେଟ ବୋର୍ଡର ମୁଖ୍ୟ କାର୍ଯ୍ୟର୍ନିବାହୀ ନାସିବ ଖାନ ମହମ୍ମଦ ନବୀଙ୍କ ଅବସର ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ‘ନବୀ ମୋତେ କିଛି ମାସ ପୂର୍ବରୁ ଚାମ୍ପିଅନ୍ସ ଟ୍ରଫି ପରେ ନିଜର ଦିନିକିଆ କ୍ୟାରିୟର ଶେଷ କରିବାକୁ ଚାହୁଁଛନ୍ତି ଏବଂ ଆମେ ତାଙ୍କ ନିଷ୍ପତ୍ତିକୁ ସ୍ବାଗତ କରୁଛୁ।’

କ୍ରିକବଜ ରିପୋର୍ଟ ଅନୁଯାୟୀ ନବୀ ଏସିବିଙ୍କୁ ଅବସର ନେବାକୁ ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି, ଯାହା ବୋର୍ଡ ଦ୍ୱାରା ମଧ୍ୟ ଗ୍ରହଣ କରାଯାଇଛି। ଟେଷ୍ଟ ଏବଂ ଦିନିକିଆ କ୍ରିକେଟରୁ ଅବସର ନେବା ପରେ ସେ ୨୦୨୬ ଟି -୨୦ ବିଶ୍ୱକପ ପର୍ଯ୍ୟନ୍ତ ଖେଳିପାରନ୍ତି।

କହିରଖୁଛୁ, ମହମ୍ମଦ ନବୀ ଆଫଗାନିସ୍ତାନର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଖେଳାଳି। ଡାହାଣ ହାତରେ ବ୍ୟାଟିଂ ବ୍ୟତୀତ ସେ ଅଫ ସ୍ପିନ ବୋଲିଂ ମଧ୍ୟ କରି ଅନେକ ବିଜୟରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ହେଉଛି ନବୀ ବର୍ତ୍ତମାନ ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ନମ୍ବର ୧ ଅଲରାଉଣ୍ଡର। ବାଂଲାଦେଶ ବିପକ୍ଷ ଶେଷ ଦିନିକିଆ ମ୍ୟାଚରେ ୭୧ ରନ ସ୍କୋରରେ ୫ ଉଇକେଟ ହରାଇବା ପରେ ସେ ୭୯ ବଲରେ ୮୪ ରନ୍‌ର ଚମତ୍କାର ଇନିଂସ ଖେଳି ଦଳର ବିଜୟର ହିରୋ ହୋଇଥିଲେ।
ମହମ୍ମଦ ନବୀ ୨୦୦୯ ରେ ସ୍କଟଲ୍ୟାଣ୍ଡ ବିପକ୍ଷରେ ଡେବ୍ୟୁ କରିଥିଲେ। ପ୍ରଥମ ମ୍ୟାଚରେ ଅର୍ଦ୍ଧଶତକ ହାସଲ କରି ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ସେ ମଧ୍ୟ ଏହି ମ୍ୟାଚରେ ୮ ଓଭର ବୋଲିଂ କରିଥିଲେ। ହେଲେ କୌଣସି ଉଇକେଟ ନେଇପାରି ନ ଥିଲେ। ନବୀ ତାଙ୍କର ୧୫ ବର୍ଷର କ୍ୟାରିୟରରେ ଆଫଗାନିସ୍ତାନ ପାଇଁ ମୋଟ ୧୬୫ ଟି ଦିନିକିଆ ମ୍ୟାଚ ଖେଳିଛନ୍ତି। ଏହି ଅବଧିରେ ସେ ହାରାହାରି ୨୭.୩୦ ରେ ୩୫୪୯ ରନ ସଂଗ୍ରହ କରିଛନ୍ତି ଏବଂ ୧୭୧ ଉଇକେଟ ମଧ୍ୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri