Posted inଖେଳ

ଅପରେଶନ ସରିଲା, ହେଲେ ଡାକ୍ତର କହିଲେ… ଶ୍ରେୟସଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌  

ନୂଆଦିଲ୍ଲୀ,୨୮।୧୦: ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ବ୍ୟାଟ୍ସମ୍ୟାନ୍‌ ଶ୍ରେୟସ ଆୟର ଅଷ୍ଟ୍ରେଲିଆ ଗସ୍ତରେ ଏକ ବଡ଼ ଝଟକା ପାଇଛନ୍ତି। ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ତୃତୀୟ ଏକଦିବସୀୟ ମ୍ୟାଚ୍‌ ସମୟରେ, ଆୟର ଅଷ୍ଟ୍ରେଲୀୟ ଉଇକେଟକିପର ଆଲେକ୍ସ କ୍ୟାରିଙ୍କୁ କ୍ୟାଚ୍‌ କରିବାକୁ ଚେଷ୍ଟା କରିବା ସମୟରେ ପଡ଼ିଯାଇଥିଲେ। ଏହି ଘଟଣା ତାଙ୍କ ପ୍ଳିହାରେ ଆଘାତ ଦେଇଥିଲା ଏବଂ ଡାକ୍ତରୀ ପରୀକ୍ଷାରୁ ଭିତରେ ରକ୍ତସ୍ରାବ ହୋଇଥିବା ଜଣାପଡ଼ିଥିଲା। ଯେଉଁଥିଲାଗି ତାଙ୍କୁ ସିଡନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କ ଅସ୍ତ୍ରୋପଚାର ସମ୍ପର୍କରେ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି।
ଖୁସି ଖବର ହେଉଛି ଯେ ଶ୍ରେୟସ ଆୟରଙ୍କ Spleen(ପ୍ଳିହା) ଆଘାତ ପାଇଁ ଛୋଟ ଅସ୍ତ୍ରୋପଚାର କରାଯାଇଛି। ସେ ଏଥିରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି। କ୍ରିକବଜ ରିପୋର୍ଟ ଅନୁଯାୟୀ ତାଙ୍କ ଅବସ୍ଥା ସମ୍ପୂର୍ଣ୍ଣ ସ୍ଥିର ଅଛି ଏବଂ ତାଙ୍କୁ ICUରୁ ବାହାରକୁ ଅଣାଯାଇଛି। ଏହା ଏକ ଛୋଟ ଅସ୍ତ୍ରୋପଚାର ଥିଲା, କିନ୍ତୁ ତାଙ୍କୁ ଅତି କମରେ ପାଞ୍ଚ ଦିନ ଏବଂ ସର୍ବାଧିକ ଗୋଟିଏ ସପ୍ତାହ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି। ତେଣୁ ସେ ଆଗାମୀ କିଛି ଦିନ ପାଇଁ ହସ୍ପିଟାଲରେ ରହିବେ। ବର୍ତ୍ତମାନ ସେ ବିପଦରୁ ମୁକ୍ତ ଏବଂ ସୁସ୍ଥ ହେଉ ଥିବାରୁ, କ୍ରିକେଟ ପ୍ରଶଂସକମାନେ ଆଶ୍ୱସ୍ତ ହୋଇଛନ୍ତି।
ରିପୋର୍ଟ ଅନୁସାରେ, ଆୟରଙ୍କ ଅବସ୍ଥାରେ ଦ୍ରୁତ ଉନ୍ନତି ଘଟିଛି। ତାଙ୍କୁ ଏକ ସାଧାରଣ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି ଏବଂ ସେ ଖୁବ୍‌ଶୀଘ୍ର ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ଆଶା କରାଯାଉଛି। ବିସିସିଆଇ ଡାକ୍ତରୀ ଦଳ ସିଡନୀରେ ତାଙ୍କ ଆଘାତ ଉପରେ ମଧ୍ୟ ନଜର ରଖିଛନ୍ତି।
ଶ୍ରେୟସ ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ଭାରତ ଫେରିବେ। ତଥାପି ମଇଦାନକୁ ଫେରିବାକୁ ତାଙ୍କୁ ଚାରିରୁ ଛଅ ସପ୍ତାହ ଲାଗିପାରେ। ଫଳସ୍ବରୂପ ସେ ନଭେମ୍ବର ୩୦ ତାରିଖରୁ ଭାରତରେ ଖେଳାଯିବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ODI ସିରିଜରେ ଖେଳି ନ ପାରନ୍ତି ବୋଲି କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri