Posted inଖେଳ

ରାଜସ୍ଥାନ-ବାଙ୍ଗାଲୋର ମ୍ୟାଚ୍‌ର ଟସ୍‌ ବେଳେ ସୋଲାର ଲ୍ୟାମ୍ପ ନେଇ ପହଞ୍ଚିଲେ ମହିଳା, ଜାଣନ୍ତୁ କାରଣ?

ଜୟପୁର,୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୪ର ୧୯ତମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ସହ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ ମୁହାଁମୁହିଁ ହେଉଛନ୍ତି। ଜୟପୁରର ସବାଇ ମାନସିଂ ଷ୍ଟାଡିୟମରେ ଶନିବାର ଖେଳାଯାଉଥିବା ଏହି ମୁକାବିଲାରେ ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ତେବେ ଟସ୍‌ ପକାଯିବା ସମୟରେ ଦୁଇଜଣ ଅଧିନାୟକଙ୍କ ସହ ଜଣେ ରାଜସ୍ଥାନ ପୋଷାକ ପିନ୍ଧିଥିବା ମହିଳା ନଜର ଆସିଥିଲେ। ସେ ତାଙ୍କ ହାତରେ ଏକ ସୋଲାର ଲ୍ୟାମ୍ପ ଧରିଥିଲେ। ସେ ପ୍ରଥମେ ସଞ୍ଜୁ ସାମସନଙ୍କୁ ଲ୍ୟାମ୍ପ ଧରାଇଥିଲେ। ପରେ ସେ ଏହାକୁ ଆର୍‌ସିବି ଅଧିନାୟକ ଫାଫ୍‌ ଡୁ ପ୍ଲେସିସ୍‌କୁ ଦେଇଥିଲେ। ଏହା ଅନେକଙ୍କୁ ଚକିତ କରିଥିଲା।

ଏହା ପଛରେ କାରଣ କ’ଣ ବୋଲି ପ୍ରଶ୍ନ ଆସିବା ସ୍ବାଭାବିକ। ତେବେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ରାଜସ୍ଥାନରେ ମହିଳାଙ୍କ ନେତୃତ୍ୱରେ ପରିବର୍ତ୍ତନକୁ ସମର୍ଥନ କରିବାକୁ ଏକ ଅଭିଯାନ ଆରମ୍ଭ ହୋଇଛି। ତଦନୁଯାୟୀ ବାଙ୍ଗାଲୁରୁ ବିରୋଧରେ ପିଙ୍କପ୍ରୋମିସ୍‌ ମ୍ୟାଚ୍‌ ସମୟରେ ଉଭୟ ଟିମ୍‌ ଯେତିକି ଛକା ମାରିବେ, ପ୍ରତ୍ୟେକ ଛକାରେ ୬ଜଣଙ୍କ ଘରେ ସୋଲାର ପ୍ୟାନେଲ୍‌ ଦାନ କରାଯିବ। ଏହାର ଶୁଭାରମ୍ଭ କରିବାକୁ ଯାଇ ମ୍ୟାଚ୍‌ ଆରମ୍ଭରୁ ଟସ୍‌ ସମୟରେ ଜଣେ ରାଜସ୍ଥାନୀ ମହିଳା ଲ୍ୟାମ୍ପ ନେଇ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri