Posted inଖେଳ

ଆଇପିଏଲ୍‌ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟ୍‌କା! ଖେଳି ନ ପାରନ୍ତି…

ନୂଆଦିଲ୍ଲୀ,୧୦।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ ଆରମ୍ଭ ହେବାକୁ ଆଉ ଦୁଇ ସପ୍ତାହରୁ କମ୍‌ ସମୟ ବାକି। ଏହି ମେଗା ଟୁର୍ନାମେଣ୍ଟ ପୂର୍ବରୁ ସମସ୍ତ ଟିମ୍‌ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏସବୁ ମଧ୍ୟରେ ଦିଲ୍ଲୀ କ୍ୟାପିଟାଲ୍ସ ଟିମ୍‌ ପାଇଁ ଏକ ଖରାପ ଖବର ସାମ୍ନାକୁ ଆସିଛି। ଏହି ସିଜନରେ ଋଷଭ ପନ୍ତଙ୍କ ଖେଳିବା କଷ୍ଟକର ବୋଲି କୁହାଯାଉଛି।

ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ପନ୍ତଙ୍କୁ ଜାତୀୟ କ୍ରିକେଟ ଏକାଡେମୀ(ଏନ୍‌ସିଏ) ପକ୍ଷରୁ ଏଯାବତ ଫିଟନେସ୍‌ ପାସ୍‌ ସାର୍ଟିଫିକେଟ ମିଳିନାହିଁ। ଏମିତିରେ ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଯଦି ସେ ଫିଟ୍‌ ଘୋଷିତ ନ ହୁଅନ୍ତି ତେବେ ଏବର୍ଷ ମଧ୍ୟ ଖେଳିପାରିବେ ନାହିଁ। ଦିଲ୍ଲୀ କ୍ୟାପିଟାଲ୍ସ ମ୍ୟାନେଜମେଣ୍ଟ ପକ୍ଷରୁ ବୋର୍ଡକୁ ଏନେଇ ରିପୋର୍ଟ ମଗାଯାଇଥିଲା। ହେଲେ ତାଙ୍କୁ ଏଯାବତ କୌଣସି ଜବାବ ମିଳିନାହିଁ।

କହିରଖୁଛୁ, ୨୦୨୨ ଡିସେମ୍ବର ୩୦ରେ ଋଷଭ ପନ୍ତଙ୍କ କାର୍‌ ଦୁର୍ଘଟଣା ଘଟିଥିଲା। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ପରେ ତାଙ୍କର ଲିଗାମେଣ୍ଟ ସର୍ଜରୀ କରାଯାଇଥିଲା। ଏହି କାରଣରୁ ଦୀର୍ଘଦିନ ଧରି ସେ କ୍ରିକେଟରୁ ଦୂରରେ ଅଛନ୍ତି। ଆଇପିଏଲ୍‌ ୨୦୨୪ରେ ସେ ଖେଳିପାରନ୍ତି ବୋଲି ଆଶା ଥିଲା। ହେଲେ ତାହା ବି ଏକପ୍ରକାର ଅସମ୍ଭବ ମନେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri