Posted inଖେଳ

ଆଇପିଏଲ୍‌ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟ୍‌କା! ଖେଳି ନ ପାରନ୍ତି…

ନୂଆଦିଲ୍ଲୀ,୧୦।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ ଆରମ୍ଭ ହେବାକୁ ଆଉ ଦୁଇ ସପ୍ତାହରୁ କମ୍‌ ସମୟ ବାକି। ଏହି ମେଗା ଟୁର୍ନାମେଣ୍ଟ ପୂର୍ବରୁ ସମସ୍ତ ଟିମ୍‌ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏସବୁ ମଧ୍ୟରେ ଦିଲ୍ଲୀ କ୍ୟାପିଟାଲ୍ସ ଟିମ୍‌ ପାଇଁ ଏକ ଖରାପ ଖବର ସାମ୍ନାକୁ ଆସିଛି। ଏହି ସିଜନରେ ଋଷଭ ପନ୍ତଙ୍କ ଖେଳିବା କଷ୍ଟକର ବୋଲି କୁହାଯାଉଛି।

ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ପନ୍ତଙ୍କୁ ଜାତୀୟ କ୍ରିକେଟ ଏକାଡେମୀ(ଏନ୍‌ସିଏ) ପକ୍ଷରୁ ଏଯାବତ ଫିଟନେସ୍‌ ପାସ୍‌ ସାର୍ଟିଫିକେଟ ମିଳିନାହିଁ। ଏମିତିରେ ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଯଦି ସେ ଫିଟ୍‌ ଘୋଷିତ ନ ହୁଅନ୍ତି ତେବେ ଏବର୍ଷ ମଧ୍ୟ ଖେଳିପାରିବେ ନାହିଁ। ଦିଲ୍ଲୀ କ୍ୟାପିଟାଲ୍ସ ମ୍ୟାନେଜମେଣ୍ଟ ପକ୍ଷରୁ ବୋର୍ଡକୁ ଏନେଇ ରିପୋର୍ଟ ମଗାଯାଇଥିଲା। ହେଲେ ତାଙ୍କୁ ଏଯାବତ କୌଣସି ଜବାବ ମିଳିନାହିଁ।

କହିରଖୁଛୁ, ୨୦୨୨ ଡିସେମ୍ବର ୩୦ରେ ଋଷଭ ପନ୍ତଙ୍କ କାର୍‌ ଦୁର୍ଘଟଣା ଘଟିଥିଲା। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ପରେ ତାଙ୍କର ଲିଗାମେଣ୍ଟ ସର୍ଜରୀ କରାଯାଇଥିଲା। ଏହି କାରଣରୁ ଦୀର୍ଘଦିନ ଧରି ସେ କ୍ରିକେଟରୁ ଦୂରରେ ଅଛନ୍ତି। ଆଇପିଏଲ୍‌ ୨୦୨୪ରେ ସେ ଖେଳିପାରନ୍ତି ବୋଲି ଆଶା ଥିଲା। ହେଲେ ତାହା ବି ଏକପ୍ରକାର ଅସମ୍ଭବ ମନେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri