Posted inଖେଳ

ଟିମ୍‌ ଇଣ୍ଡିଆ ବିଶ୍ୱକପ୍‌ ସ୍କ୍ବାର୍ଡରୁ ବାଦ୍‌ ପଡ଼ିଲେ ଏସବୁ ଖେଳାଳି, ରିଜର୍ଭରେ ରହିଲେ…

ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆର ୧୫ ଜଣିଆ ସ୍କ୍ବାର୍ଡ ଘୋଷଣା ହୋଇଛି। ମଙ୍ଗଳବାର ଅପରାହ୍ନରେ ବିସିସିଆଇ ସଚିବ ଜୟ ଶାହା ଏବଂ ମୁଖ୍ୟ ଚୟନକର୍ତ୍ତାଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକ ପରେ ଏନେଇ ଘୋଷଣା କରାଯାଇଛି। ତେବେ ଟିମ୍‌ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବ। ହାର୍ଦ୍ଦିକ ପାଣ୍ଡ୍ୟା ଉପଅଧିନାୟକ ଭୂମିକା ତୁଲାଇବେ। ସେହିଭଳି ଚୟନକର୍ତ୍ତା ସଞ୍ଜୁ ସାମସନ୍‌ଙ୍କ ଉପରେ ଭରସା ଦେଖାଇଥିବା ବେଳେ କେ ଏଲ୍‌ ରାହୁଲଙ୍କୁ ବିଶ୍ୱକପ୍‌ ଟିମ୍‌ରେ ସୁଯୋଗ ମିଳିନାହିଁ। ସେହିଭଳି ରିଙ୍କୁ ସିଂ ରିଜର୍ଭ ଖେଳାଳି ଭାବେ ଦଳ ସହ ରହିବେ। ତାଙ୍କ ସ୍ଥାନ ଶିବମ ଦୁବେ ନେଇଛନ୍ତି। ଏହାଛଡ଼ା ଶୁବମନ ଗିଲ, ଖଲିଲ ଅହମ୍ମଦ, ଆବେଶ ଖାନ୍‌ଙ୍କୁ ରିଜର୍ଭ ଖେଳାଳି ଭାବେ ସାମିଲ କରାଯାଇଛି।

ଚୟନ ହୋଇଥିବା ଟିମ୍‌ରେ କୁଲଦୀପ ଯାଦବ ଏବଂ ଯୁଜବେନ୍ଦ୍ର ଚହଲ ରହିଛନ୍ତି। ଆଇପିଏଲ୍‌ରେ ଜବରଦସ୍ତ ପ୍ରଦର୍ଶନ କରୁଥିବା ଦୁବେଙ୍କୁ ବିଶ୍ୱକପ୍‌ ଖେଳିବା ସୁଯୋଗ ମିଳିଛି। ଉଇକେଟକିପର ଭାବେ ସଞ୍ଜୁ ସାମସନ ଏବଂ ଋଷଭ ପନ୍ତ ଅଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବିରାଟ କୋହଲି, ଯଶସ୍ବୀ ଜୟସ୍ବାଲ, ସୂର୍ଯ୍ୟକୁମାର ଯାଦବ, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, ଅର୍ଶଦୀପ ସିଂ, ମହମ୍ମଦ ସିରାଜ, ଜସପ୍ରିତ ବୁମ୍‌ରାଙ୍କୁ ସ୍ଥାନ ମିଳିଛି।

ଟି -୨୦ ବିଶ୍ୱକପ୍‌ ୨୦୨୪ ପାଇଁ ଭାରତୀୟ କ୍ରିକେଟ ଦଳ – ରୋହିତ ଶର୍ମା, ଯଶସ୍ବୀ ଜୟସ୍ବାଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଋଷଭ ପନ୍ତ, ସଞ୍ଜୁ ସାମସନ, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଳଦୀପ ଯାଦବ, ଯୁଜବେନ୍ଦ୍ର ଚହଲ , ଅର୍ଶଦୀପ ସିଂ, ଜସପ୍ରିତ୍‌ ବୁମ୍‌ରା, ମହମ୍ମଦ ସିରାଜ

ରିଜର୍ଭ ଖେଳାଳି – ଶୁବମନ ଗିଲ, ରିଙ୍କୁ ସିଂ, ଖଲିଲ ଅହମ୍ମଦ ଏବଂ ଆବେଶ ଖାନ୍‌


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍‌ ଗୌତମ ଗମ୍ଭୀର...

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri