Posted inଖେଳ

୧୩ ସୁଦ୍ଧା ଜବାବ ଦେବାକୁ କ୍ରୀଡ଼ା ମହାସଂଘଗୁଡ଼ିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୨ା୮ (ପି.ଟି.)-ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ)ର ଅନୁରୋଧକ୍ରମେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ଲାଗି ଉଦ୍ଦିଷ୍ଟ କ୍ରୀଡ଼ା ଆଚରଣବିଧି ପ୍ରଶ୍ନାବଳୀର ଜବାବ ଦେବା ସମୟସୀମାକୁ ଦୁଇ ଦିନ ଅର୍ଥାତ୍‌ ଅଗଷ୍ଟ ୧୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଦିଲ୍ଲୀ ହାଇକୋର୍ଟରେ ବିଚାରାଧୀନ ରହିଥିବା ଏକ ମାମଲା ପାଇଁ କ୍ରୀଡ଼ା ଆଚରଣବିଧି ପ୍ରଶ୍ନାବଳୀର ଜବାବ ଗୁରୁତ୍ୱପୂର୍ଣ୍ଣ। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୧ରେ ହେବ। ସୂଚନାଯୋଗ୍ୟ, ଜାତୀୟ କ୍ରୀଡ଼ା ଆଚରଣବିଧିରେ ବୟସ ଓ କାର୍ଯ୍ୟକାଳକୁ ନେଇ ନେଇ ଯେଉଁ ଗାଇଡ୍‌ଲାଇନ୍‌ ରହିଛି ତାହାକୁ ଠିକ୍‌ରୂପେ ଅନୁପାଳନ କରାଯାଉଛି କି ନା ସେ ନେଇ ଦିଲ୍ଲୀ ହାଇକୋର୍ଟ ସନ୍ଦେହ ପ୍ରକଟ କରିଥିଲେ। ତେଣୁ ଏନେଇ ପ୍ରସ୍ତୁତ କରାଯାଇଥିବା ପ୍ରଶ୍ନାବଳୀର ଜବାବ ନ ଦେଲେ ସମ୍ପୃକ୍ତ ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ଉପରୁ ସାମୟିକ ସ୍ବୀକୃତି ପ୍ରତ୍ୟାହାର କରାଯିବ ବୋଲି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ତରଫରୁ ଦେଶର ୫୭ଜାତୀୟ କ୍ରୀଡ଼ା ମହାସଂଘକୁ ଚିଠି କରାଯାଇଛି। ଏଥିପାଇଁ ପ୍ରଥମେ ସମୟସୀମା ଅଗଷ୍ଟ ୧୧ତାରିଖ ରଖାଯାଇଥିଲା। ମଙ୍ଗଳବାର ଆଇଓଏ ସଭାପତି ନରିନ୍ଦର ବାତ୍ରା ଓ ସାଧାରଣ ସମ୍ପାଦକ ରାଜୀବ ମେହେଟ୍ଟା କ୍ରୀଡ଼ା ମନ୍ତ୍ରୀ କିରେନ ରିଜିଜୁ ଓ କ୍ରୀଡ଼ା ସଚିବ ରବି ମିତ୍ତଲଙ୍କୁ ଭେଟିଥିଲେ। ପ୍ରଶ୍ନାବଳୀ ଜବାବ ଦେବାର ସମୟ ଅବଧି ବୃଦ୍ଧି ପାଇଁ ଆଇଓଏ ତରଫରୁ ଅନୁରୋଧ କରାଯାଇଥିଲା। ଏହି ଅବସରରେ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି, କ୍ରୀଡ଼ା ଆଚରଣବିଧି ଏବଂ ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକର ଅନ୍ୟାନ୍ୟ ସମସ୍ୟା ଉପରେ ଆଲୋଚନା ହୋଇଥିବା ଆଇଓଏ ମୁଖ୍ୟ ବାତ୍ରା ଏବଂ ସାଧାରଣ ସମ୍ପାଦକ ମେହେଟା ଏକ ମିଳିତ ବିବୃତିରେ ପ୍ରକାଶ କରିଛନ୍ତି। ଏଠାରେ ସ୍ମରଣଯୋଗ୍ୟ ଯେ, ଫେବୃୟାରୀ ୭ରେ ଦିଲ୍ଲୀ ହାଇକୋର୍ଟ ଏକ ନିର୍ଦ୍ଦେଶାନାମା ଜାରି କରିଥିଲେ। କୋର୍ଟଙ୍କୁ ନ ଜଣାଇ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ କିମ୍ବା ଆଇଓଏ ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ଉପରେ କୌଣସି ନିଷ୍ପତ୍ତି ନେଇ ପାରିବେନାହିଁ। ପରେ ଏହି ନିର୍ଦ୍ଦେଶନାମାରେ କେତେକ ପରିବର୍ତ୍ତନ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଦାଖଲ କରାଯାଇଥିବା ଏକ ପିଟିଶନକୁ କୋର୍ଟ ଖାରଜ କରିଦେବାରୁ ଏହି ପରିସ୍ଥିତି ଉପୁଜିଛି। ଗତ ମେ ୧୧ ରେ ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକୁ ସାମୟିକ ସ୍ବୀକୃତି ପ୍ରଦାନ କରାଯାଇଥିଲା। ମାତ୍ର ତାହା ତୁରନ୍ତ ବାତିଲ କରିଦେବା ଲାଗି ହାଇକୋର୍ଟ ଜୁନ୍‌ ୨୪ରେ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?