ଲୁକ୍କାୟିତ କ୍ରୀଡ଼ା ପ୍ରତିଭାଙ୍କୁ ଖୋଜି ବାହାର କରିବା ଲକ୍ଷ୍ୟରେ ସାଂସଦ ଖେଳ ମହୋତ୍ସବ: ଯୋଗ ଦେଇ ବିଧାୟକ କହିଲେ…

ଭଞ୍ଜନଗର,୨୬।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୩ ଦିନ ଧରି ହେବାକୁ ସାଂସଦ ଖେଳ ମହୋତ୍ସବ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ଆମ ଦେଶର କ୍ରୀଡାବିତ୍‌ମାନେ ବହୁ ଆଗକୁ ଯାଇଛନ୍ତି। ଏହା କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ହିଁ ସମ୍ଭବପର ହୋଇପାରିଛି। ଗ୍ରାମାଞ୍ଚଳରେ ଏବେବି ଅନେକ ଯୁବ କ୍ରୀଡାବିତ୍‌ ଲୁକ୍କାୟିତ ଅବସ୍ଥାରେ ଅଛନ୍ତି। ସେମାନଙ୍କୁ ଖୋଜି ବାହାର କରିବା ଲକ୍ଷ୍ୟରେ ବର୍ତ୍ତମାନ ସାଂସଦ ଖେଳ ମହୋତ୍ସବ ଚାଲିଛି। ଗ୍ରାମାଞ୍ଚଳରୁ ଜାତୀୟ ଏବଂ ଆନ୍ତର୍ଜାତୀୟ ସ୍ତରରେ ଖେଳାଳିମାନେ ପହଞ୍ଚିବେ। ଏଥିପାଇଁ ଡବଲ ଇଞ୍ଜିନ ସରକାର ପଦକ୍ଷେପ ନେଇଛନ୍ତି ବୋଲି ବିଧାୟକ ନାୟକ କହିଛନ୍ତି, ଉପଜିଲାପାଳ ଉମା ଶଙ୍କର ବେହେରା, ତହସିଲଦାର ଅଭିପ୍ସା ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ ନରୀସଭା ନାୟକ, ନିର୍ବାହୀୀ ଅଧିକାରୀ ମୁରଲୀ
କ୍ରିଷ୍ଠ ପଣ୍ଡା , ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର , ଏମପି ପ୍ରତିନିଧି ରବିନ୍ଦ୍ର ଗୌଡ, ଭାଜପା ନେତା ସୁବାସ ବରାଡ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ବିଡ଼ିଓ ଭାରତୀ ଦେବୀ ମହୋତ୍ସବରେ ଅଧ୍ୟକ୍ଷତା କରିଥିଲେ। ଏବିଡିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ ସଭାକୁ ସଂଯୋଜନା କରିଥିଲେ। ସହକାରୀ ନିର୍ବାହୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ। ଭଞ୍ଜନଗର କଲେଜ ପଡିଆରେ ଫୁଟବଲ, କବାଡି, ଭଲିବଲ ଏବଂ କ୍ରିକେଟ ମ୍ୟାଚ ହେଉଛି। ଇଣ୍ଡୋର ଷ୍ଟାଡିୟମରେ ବ୍ୟାଟମିଣ୍ଟନ ଏବଂ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଚେସ୍‌ ଖେଳ ଚାଲିଛି। ଏଠାରୁ ମନୋନୀତ ଖେଳାଳିମାନେ ଜିଲାସ୍ତରୀୟ ପ୍ରତିଯୋଗିତାକୁ ଯିବେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri