Posted inଖେଳ

‘ଓଡ଼ିଶାରେ କ୍ରୀଡ଼ା, କ୍ରୀଡ଼ାବିତ୍‌ଙ୍କ ଭବିଷ୍ୟତ ଉଜ୍ଜ୍ୱଳ’

କଟକ ଅଫିସ୍‌/ଖୁଣ୍ଟୁଣି (ଡି.ଏନ.ଏ)୧୬ା୨: ଏମ୍‌ଜିଏମ୍‌ ସ୍କୁଲ ଅଫ୍‌ ସ୍ପୋଟର୍‌ସ ଆଣ୍ଡ ସେଣ୍ଟର ଅଫ୍‌ ଏକ୍ସିଲେନ୍ସି ଫର୍‌ କ୍ରିକେଟ ବୁଧବାର ଆଠଗଡ ଗୁରୁଡିଝାଟିଆର କପୁରସିଂହଠାରେ ଉଦ୍‌ଘାଟିତ ହୋଇଯାଇଛି। ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ସୁରେଶ ରାଇନା ଯୋଗଦେଇ ପୂର୍ବଭାରତର ଏହି ସର୍ବବୃହତ୍‌ ଘରୋଇ ଆବାସିକ ଏକାଡେମି କୁହାଯାଉଥିବା କେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ। ଏକାଡେମିକୁ ଉଦ୍‌ଘାଟନ କରିବା ଅବସରରେ ରାଇନା ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମିର ବିକାଶକୁ ପ୍ରଶଂସା କରିଥିଲେ।

ସେ କହିଥିଲେ ଯେ ଓଡ଼ିଶାରେ ହକି ସମେତ ଅନ୍ୟ କ୍ରୀଡ଼ାର ବିକାଶ ହେଉଛି। ଏମ୍‌ଜିଏମ୍‌ ଏକାଡେମି ସ୍ଥାନୀୟ ଖେଳାଳିମାନଙ୍କୁ ଉତ୍ସାହିତ କରିବ। ଏଭଳି ବ୍ୟବସ୍ଥା ରାଜ୍ୟରେ କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କ ଭବିଷ୍ୟତକୁ ଉଜ୍ଜ୍ୱଳମୟ କରିପାରିବ ବୋଲି ସେ କହିଥିଲେ।
ଏମ୍‌ଜିଏମ୍‌ ସ୍କୁଲ ଅଫ୍‌ ସ୍ପୋଟର୍‌ସର ଅଧ୍ୟକ୍ଷ ତଥା ଓଡିଶା କ୍ରିକେଟ ଆସୋସିଏଶନ ଉପସଭାପତି ପଙ୍ଗଜ ଲୋଚନ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ ଉକ୍ତ ଏକାଡେମୀ ଆଠଗଡ଼ ମାଟିର ଗର୍ବ ଓ ଗୌରବକୁ ଦ୍ୱିଗୁଣିତ କରିବ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଓଡ଼ିଶା ସ୍ପୋଟର୍‌ସ ହବ୍‌ ଭାବେ ପରିଗଣିତ ହେଲାଣି। ଏମ୍‌ଜିଏମ୍‌ ଏକାଡେମି ଭଳି ଏକାଧିକ ଘରୋଇ ଏକାଡେମି ଖୋଲିଲେ ରାଜ୍ୟରେ ଅନେକ ପ୍ରତିଭା ଆଗକୁ ଆସିପାରିବେ ବୋଲି ସେ କହିଥିଲେ। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶା ଉତ୍କର୍ଷର ଶୀର୍ଷରେ ପହଞ୍ଚତ୍ଛି ବୋଲି କହିଥିଲେ। ଉତ୍ସବର ଅନ୍ୟତମ ଆକର୍ଷଣ ଥିଲେ ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା ଆଇପିଏଲ ଗଭର୍ନିଂ କାଉନ୍ସିଲ ସଦସ୍ୟ ପ୍ରଜ୍ଞାନ ଓଝା। ସେ କହିଥିଲେ ଯେ, ଓଡ଼ିଶାରୁ ଖେଳାଳିମାନେ କାହିଁକି ଅନ୍ତର୍ଜାତୀୟ ସ୍ତରରେ ସୁଯୋଗ ପାଇପାରୁନାହାନ୍ତି ତାହାକୁ ନେଇ ସବୁବେଳେ ତାଙ୍କୁ ପ୍ରଶ୍ନ କରାଯାଏ। ଯାହାର ଉତ୍ତର ସେ ଦେଇପାରନ୍ତି ନାହିଁ।

ହେଲେ ଗତ କିଛି ବର୍ଷ ଭିତରେ ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ଯେଉଁଭଳି ଭାବେ ହେଉଛି ତଦ୍ଦ୍ବାରା ଖୁବ୍‌ଶୀଘ୍ର ଏକାଧିକ ପ୍ରତିଭା ଅନ୍ତର୍ଜାତୀୟ ସ୍ତରରେ ସୁଯୋଗ ପାଇବେ। ଏଣୁ ଉପରୋକ୍ତ ଅସମାହିତ ପ୍ରଶ୍ନର ଉତ୍ତର ମିଳିସାରିଲାଣି ବୋଲି ପ୍ରଜ୍ଞାନ ନିଜ ବକ୍ତବ୍ୟରେ କହିଥିଲେ ା ବିଧାୟକ ରାଜେନ୍ଦ୍ର ପ୍ରସାଦ ସାହୁ, ଓଡ଼ିଶା କ୍ରିକେଟ ଆସୋସିଏଶନ ସମ୍ପାଦକ ସଞ୍ଜୟ ବେହେରାଙ୍କ ସମେତ ରାଜ୍ୟର ଅନେକ ବରିଷ୍ଠ କ୍ରୀଡ଼ାବିତ୍‌, କ୍ରୀଡ଼ା ସଙ୍ଗଠକ ଉପସ୍ଥିତ ଥିଲେ। ଏହି ଅବସରରେ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍‌ ଆୟୋଜନ କରାଯାଇଥିଲା। ଓଡ଼ିଶା ୪ ଉଇକେଟରେ ବିଜୟ ହାସଲ କରିଥିଲା ା
ସୂଚନା ଥାଉକି ଏହି କେନ୍ଦ୍ରଟିକୁ ୩୦ ଏକର ଜମିରେ ନିର୍ମାଣ କରାଯାଉଛି। କ୍ରିକେଟ ଗ୍ରାଉଣ୍ଡ ନିର୍ମାଣ ଶେଷ ହୋଇଥିବା ବେଳେ ଆସନ୍ତା ୬ ମାସ ମଧ୍ୟରେ ଏଠାରେ ଇନ୍‌ଡୋର ବ୍ୟବସ୍ଥା ଓ ଖେଳାଳିଙ୍କ ରହଣି ବ୍ୟବସ୍ଥା କରାଯିବ। ଏହି ପ୍ରକଳ୍ପର ବଜେଟ ୪୦କୋଟି ଟଙ୍କା ରହିଛି। ଏଠାରେ ଏକା ସାଙ୍ଗରେ ୧୦୦ ପିଲା କ୍ରିକେଟ ସମେତ ଅନ୍ୟ କ୍ରୀଡାର ପ୍ରଶିକ୍ଷଣ ନେଇପାରିବେ ବୋଲି ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?