Posted inଖେଳ

ଟି୨୦ରେ ୩୦୦ ରନ୍‌ କରିବୁ;ଇଂଲଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଗର୍ଜିଲେ…

ନୂଆଦିଲ୍ଲୀ,୨୧।୧: ଗତ ୨ ସିରିଜରେ ଟିମ୍‌ ଇଣ୍ଡିଆ ପରାଜିତ ହୋଇଥିଲେ ହେଁ ପରିବର୍ତ୍ତିତ ଫର୍ମାଟ ସହ ଏବେ ଦଳର ପ୍ରତିଟି ଖେଳାଳି ଉତ୍ସାହିତ ଅଛନ୍ତି। ଏଣୁ ଇଂଲଣ୍ଡ ବିପକ୍ଷରେ ଟିମ୍‌ ଇଣ୍ଡିଆର ଟି୨୦ ସିରିଜରେ ଜବରଦସ୍ତ ବ୍ୟାଟିଂ ଦେଖିବାକୁ ମିଳିପାରେ ବୋଲି କୁହାଯାଉଛି। କାରଣ ଉଭୟ ଦଳ ନିକଟରେ ପ୍ରଭାବୀ ବ୍ୟାଟ୍ସମ୍ୟାନ୍‌ ଅଛନ୍ତି। ଏମିତିରେ ସିରିଜ ପୂର୍ବରୁ ଟିମ୍‌ ଇଣ୍ଡିଆ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବଡ଼ ବୟାନ ଦେଇଛନ୍ତି। ଟିମ୍‌ ଇଣ୍ଡିଆ ଟି୨୦ରେ ୩୦୦ ରନ୍‌ କରିପାରେ ବୋଲି ସେ କହିଛନ୍ତି।

ଷ୍ଟାର ସ୍ପୋଟ୍ସର ଏକ କାର୍ଯ୍ୟକ୍ରମରେ ପଚରାଯାଇଥିଲା ଯେ, କ’ଣ ଟି୨୦ରେ ୩୦୦ ରନ୍‌ ସ୍କୋର କରିବା ସହଜ। ଏହାକୁ ନେଇ ସୂର୍ଯ୍ୟକୁମାର କହିଥିଲେ ଯେ ୨୯୭ ରନ୍‌ ଦଳ କରିସାରିଛି। ଏମିତିରେ ୩୦୦ ରନ୍‌ ବେଶି ଦୂର ନୁହେଁ। ଏହାପରେ କେଉଁ ଟିମ୍‌ ପ୍ରଥମେ ଏହି ଉପଲବ୍ଧି ହାସଲ କରିବ ବୋଲି ପଚରାଯାଇଥିଲା। ଏଥିରେ ସୂର୍ଯ୍ୟକୁମାର ଭାରତୀୟ ଟିମ୍‌ ବୋଲି ଉତ୍ତର ଦେଇଥିଲେ। ଏବେ ତାଙ୍କର ଏହି ବୟାନ ଚର୍ଚ୍ଚାରେ ରହିଛି।

କହିରଖୁଛୁ, ଗତ ବର୍ଷ ଅକ୍ଟୋବରରେ ବାଲାଂଦେଶ ବିପକ୍ଷ ୩ୟ ଟି୨୦ରେ ଟିମ୍‌ ଇଣ୍ଡିଆ ୨୯୭ ରନ୍‌ କରିଥିଲା। ଏହି ମୁକାବିଲା ହାଇଦ୍ରାବାଦରେ ଖେଳାଯାଇଥିଲା, ଯେଉଁଠାରେ ସଞ୍ଜୁ ସାମସନ ୪୭ ବଲ୍‌ରେ ୧୧୧ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri