Posted inଖେଳ

ପାକିସ୍ତାନ ବିପକ୍ଷରେ ରୋହିତଙ୍କ ବଡ଼ ବାଜି

ଦୁବାଇ,୨୩।୨: ଦୁବାଇରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟସ ହୋଇଛି। ପାକିସ୍ତାନ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟସ ପରେ ଉଭୟ ଦଳର ଅଧିନାୟକ ସେମାନଙ୍କର ପ୍ଲେଇଂ ଇଲେଭେନ ଘୋଷଣା କରିଛନ୍ତି। ଭାରତୀୟ ଅଧିନାୟକ ରୋହିତ ଶର୍ମା ତାଙ୍କ ପ୍ଲେଇଂ ଇଲେଭେନରେ କୌଣସି ପରିବର୍ତ୍ତନ ନକରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସମୟରେ ପାକିସ୍ତାନ ଅଧିନାୟକ ମହମ୍ମଦ ରିଜୱାନ ତାଙ୍କ ଦଳରେ ଗୋଟିଏ ପରିବର୍ତ୍ତନ ଘୋଷଣା କରିଛନ୍ତି। ଫଖର ଜମାନ ଆହତ ଥିବା ଯୋଗୁ ବାଦ ପଡ଼ିବା ପରେ ଇମାମ ଉଲ ହକଙ୍କୁ ପାକିସ୍ତାନ ଦଳରେ ନିଆଯାଇଛି।
ଏହି ମୁକାବିଲା ଲାଗି ରୋହିତ ନିଜର ବିଜୟୀ ଟିମ୍‌ ସହ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି। ହେଲେ ପୂର୍ବରୁ କୁଲଦୀପ ଯାଦବଙ୍କ ସ୍ଥାନରେ ବରୁଣ ଚକ୍ରବର୍ତ୍ତୀଙ୍କୁ ସୁଯୋଗ ମିଳିପାରେ ବୋଲି କୁହାଯାଉଥିଲା।
ଏହା ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଭାରତ ଏବଂ ପାକିସ୍ତାନ ଉଭୟଙ୍କ ଦ୍ୱିତୀୟ ମ୍ୟାଚ। ପାକିସ୍ତାନ ନ୍ୟୁଜିଲାଣ୍ଡ ବିପକ୍ଷରେ ତା’ର ପ୍ରଥମ ମ୍ୟାଚ୍‌ରେ  ୬୦ ରନ୍‌ରେ ପରାସ୍ତ ହୋଇଛି। ଅପରପକ୍ଷେ ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ବାଂଲାଦେଶକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ପ୍ରଥମ ମ୍ୟାଚ୍‌ ହାରିବା ପରେ ଭାରତ ବିପକ୍ଷ ମ୍ୟାଚ ପାକିସ୍ତାନ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି କରିଛି। ଯଦି ପାକିସ୍ତାନ ଆଜି ହାରିଯାଏ, ତେବେ ଟୁର୍ନାମେଣ୍ଟରେ ଆଗକୁ ବଢ଼ିବାର ଦ୍ୱାର ଦଳ ପାଇଁ ବନ୍ଦ ହୋଇଯିବ। ସେହିଭଳି ପାକିସ୍ତାନକୁ ପରାସ୍ତ କରି ଭାରତୀୟ ଦଳ ସେମିଫାଇନାଲରେ ନିଜର ସ୍ଥାନ ସୁରକ୍ଷିତ କରିବାକୁ ଚାହିଁବ।
ଭାରତ: ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, କେଏଲ ରାହୁଲ, ଶ୍ରେୟସ ଆୟର, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ଶାମି, ହର୍ଷିତ ରାଣା
ପାକିସ୍ତାନ: ମହମ୍ମଦ ରିଜୱାନ (ଅଧିନାୟକ), ବାବର ଆଜମ, ସଲମାନ ଆଗା, ସୌଦ ଶକିଲ, ଇମାମ-ଉଲ-ହକ, ତୈୟବ ତାହିର, ଖୁସଦିଲ ଶାହ, ଶାହିନ ଶାହ ଆଫ୍ରିଦି, ନସିମ ଶାହ, ହାରିସ ରୌଫ, ଅବରାର ଅହମ୍ମଦ

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri