କୋଲକାତା ଆଗରେ ୧୫୩ ରନ୍‌ର ଟାର୍ଗେଟ

ମୁମ୍ବାଇ,୨।୫ : ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଅଧିନାୟକ ସଞ୍ଜୁ ସାମସନ(୫୪)ଙ୍କ ଅର୍ଦ୍ଧଶତକ ଯୋଗୁ ରାଜସ୍ଥାନ ରୟାଲ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୫୨ ରନ୍‌ କରିଛି।
ଗତ ସିଜନର ଦୁଇ ଷ୍ଟାର ବରୁଣ ଚକ୍ରବର୍ତ୍ତୀ ଓ ଭେଙ୍କଟଶ ଆୟରଙ୍କ ବିନା ମ୍ୟାଚ୍‌କୁ ଓହ୍ଲାଇଥିଲା କେକେଆର୍‌। ସେମାନଙ୍କ ସ୍ଥାନରେ ଅନୁକୁଲ ରୟ ଓ ରିଙ୍କୁ ସିଂଙ୍କୁ ଚୂଡ଼ାନ୍ତ ଏକାଦଶରେ ସାମିଲ କରାଯାଇଥିଲା। କେକେଆର୍‌ ଅଧିନାୟକ ଶ୍ରେୟାସ ଆୟାର ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ତାଙ୍କ ନିଷ୍ପତ୍ତିକୁ ସଠିକ୍‌ ପ୍ରମାଣ କରିଥିଲେ ଉମେଶ ଯାଦବ। ସେ ଇନିଂସର ତୃତୀୟ ଓଭରରେ ଦେବଦତ୍ତ ପଡିକଲ (୨)ଙ୍କୁ ପ୍ୟାଭିଲିଅନ ପଠାଇଥିଲେ। ଅନ୍ୟତମ ଓପନର ଜୋସ ବଟଲର(୨୨)ଙ୍କ ସହ ମିଶି ଅଧିନାୟକ ସଞ୍ଜୁ ସାମସନ ଦ୍ୱିତୀୟ ଉଇକେଟ ପାଇଁ ୪୮ ରନ୍‌ ଯୋଡ଼ିଥିଲେ। ହେଲେ କୋଲକାତାର ବୋଲରମାନେ ସେମାନଙ୍କୁ କଦାପି ହାତ ଖୋଲି ଖେଳିବାକୁ ସୁଯୋଗ ଦେଇ ନ ଥିଲେ। ତା’ ପରେ ଛକା ମାରିବାକୁ ଯାଇ ବଟଲରଙ୍କ ଭଳି ବାଉଣ୍ଡ୍ରି ପାଖରେ କରୁନ ନାୟର (୧୩), ରିୟାନ ପରାଗ (୧୯) ଓ ଅଧିନାୟକ ସାମସନ ଧରାପଡ଼ିଥିଲେ। ସାମସନ ଆଉଟ୍‌ ହେବା ପୂର୍ବରୁ ୪୯ ବଲରେ ୫୪ ରନ୍‌ର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ତାଙ୍କ ଇନିଂସରେ ୭ ଚୌକା ଓ ୧ ଛକା ସାମିଲ ଥିଲା। ଅନ୍ତିମ ଦୁଇ ଓଭରରେ ଶିମରନ ହେଟମାୟର ୨୭ (୧ ଚୌକା ଓ ୨ ଛକା) ରନ୍‌ କରିବାରୁ ରାଜସ୍ଥାନ ୨୦ ଓଭରରେ ୫ ଉଇକେଟ ହରାଇ ୧୫୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। କୋଲକାତା ପକ୍ଷରୁ ବୋଲିଂରେ ଟିମ୍‌ ସୌଦି ୨ ଉଇକେଟ ନେଇଥିବା ବେଳେ ଉମେଶ, ଅନୁକୁଳ ଓ ଶିବମ ମାଭି ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର:
ରାଜସ୍ଥାନ ରୟାଲ୍ସ: ୨୦ ଓଭରରେ ୧୫୨/୫(ସଞ୍ଜୁ ସାମସନ-୫୪, ଶିମରନ ହେଟମାୟର-୨୭*, ଟିମ୍‌ ସୌଦି-୨/୪୬, ଉମେଶ ଯାଦବ-୧/୨୪ )।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri