ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ପ୍ରାକ୍ତନ କ୍ରୀଡ଼ା ପ୍ରଶିକ୍ଷକ ପି.ଆନନ୍ଦ ରାଓ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ସୁନ୍ଦର ସ୍ବାସ୍ଥ୍ୟ ପାଇଁ କ୍ରୀଡ଼ା ନିହାତି ଆବଶ୍ୟକ। ନିୟମିତ ଖେଳକୁଦ ଅଭ୍ୟାସ ସ୍ବାସ୍ଥ୍ୟକୁ ସୁସ୍ଥ ରଖିଥାଏ ବୋଲି ରାଓ କହିଥିଲେ।
ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ପ୍ରଧାନ ଆଚାର୍ଯ୍ୟ ବୃନ୍ଦାବନ ପାଣିଗ୍ରାହୀ ଶର୍ମା, ସହ ସମ୍ପାଦକ ଗଙ୍ଗାଧର ଦାଶ ଯୋଗ ଦେଇଥିଲେ। କ୍ରୀଡ଼ା ପ୍ରତିଯୋଗୀଙ୍କ ମଧ୍ୟରେ ୧୦୦ମି ଦୌଡ଼,୨୦୦ ମି ଦୌଡ଼ ୪୦୦ମି ଦୌଡ଼ ,୮୦୦ ମି ଦୌଡ଼,୧୫୦୦ ମି ଦୌଡ଼, ୩୦୦୦ମି ଦୌଡ଼ ,ବାଧା ଦୌଡ଼,ଲମ୍ବା ଡିଆଁ,ଉଚ୍ଚ ଡିଆଁ, ଗୋଳା ଫିଙ୍ଗା,ଥାଳିଆ ଫିଙ୍ଗା ,ବର୍ଚ୍ଛା ଫିଙ୍ଗା ଇତ୍ୟାଦି କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ପଣ୍ଡା ,ସହ ପ୍ରଧାନ ଆଚାର୍ଯ୍ୟ ଉତ୍ତମ କୁମାର ମହାରଣା ଏବଂ ଶାରୀରିକ ପ୍ରମୁଖ ସୁଶାନ୍ତ କୁମାର ବେହେରା , ବିକାଶ କୁମାର ଗୌଡ଼ ଖେଳକୁ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ବିବାହ ଉତ୍ସବରେ ପରିବେଶ ପ୍ରଦୂଷଣକାରୀ କାର୍ଯ୍ୟ ଦେଖିବାକୁ ମିଳୁଛି। ଖାଦ୍ୟ ନଷ୍ଟ ସହ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ର ବ୍ୟାପକ ବ୍ୟବହାର କରାଯାଉଛି। ହେଲେ ମଧ୍ୟପ୍ରଦେଶରେ...

ବୁଦ୍ଧି ବିସ୍ଫୋଟ

ବିଜ୍ଞାନ ଦୃଷ୍ଟିରେ ୨୦୨୬କୁ ଏକ ଗୁରୁତ୍ୱପୂର୍ଣ୍ଣ ଦୃଷ୍ଟିକୋଣରେ ଦଣ୍ଡାୟମାନ ଥିବାର ଦେଖିବାକୁ ମିଳିଛି। ଏଆଇ ନାମରେ କୃତ୍ରିମ ବୁଦ୍ଧିମତ୍ତା ସମଗ୍ର ବିଶ୍ୱକୁ ବଦଳାଇ ଦେବାର ସାମର୍ଥ୍ୟ...

ଜଳବାୟୁ ବିପଦ ସୂଚକାଙ୍କ ଚେତାବନୀ

ସମ୍ପ୍ରତି ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ବିପଦପୂର୍ଣ୍ଣ ସ୍ତରରେ ପହଞ୍ଚିଛି। ଏହାଦ୍ବାରା ଅନେକ ଅଞ୍ଚଳରେ ଜନସାଧାରଣ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାର...

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ...

କୁଲି, ମୂଲିଆଙ୍କ ଦେଶ

ପାଖାପାଖି ୧୫୦ କୋଟି ଲୋକସଂଖ୍ୟା ବିଶିଷ୍ଟ ଭାରତରେ ଯୁବଶକ୍ତିର କେତେ ବେରୋଜଗାର ଅଛନ୍ତି ତାହାର ବାସ୍ତବ ସଂଖ୍ୟା ଜାଣିବା ଅସମ୍ଭବ। ଏଇଥିପାଇଁ ଅସମ୍ଭବ କୁହାଯାଉଛି ଯେ,...

ଶନିଙ୍କ ଗୋଚର ପରେ ଖୋଲିବ ୩ ରାଶିର ଭାଗ୍ୟ, ମିଳିପାରେ ଚାକିରି

ଆଜି ମଙ୍ଗଳବାର, ମାଘ ମାସର ଶୁକ୍ଳ ପକ୍ଷର ଦ୍ୱିତୀୟ ଦିନ। ଦ୍ୱିତୀୟ ତିଥି  ସକାଳ ୨ଟା୪୩ ପର୍ଯ୍ୟନ୍ତ ରହିବ। ସିଦ୍ଧି ଯୋଗ ରାତି ୮ଟା୦୧ ପର୍ଯ୍ୟନ୍ତ...

ବାବୁଙ୍କ ଦକ୍ଷତା ମାପିବେ ସରକାର: ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର,୨୦।୧ (ରବିନାରାୟଣ ଜେନା):ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିବ ତାକୁ ନେଇ ଗତ ୧୮ମାସ ମଧ୍ୟରେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା...

ତାର୍କିକ ଅସଙ୍ଗତି ତାଲିକାରେ ଥିବା ଲୋକଙ୍କ ନାଁ ପ୍ରକାଶ କର

ନୂଆଦିଲ୍ଲୀ,୨୦ା୧(ପି.ଟି.): ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଯେଉଁମାନଙ୍କ ନାମ ତାର୍କିକ ଅସଙ୍ଗତି ତାଲିକାରେ ରହିଛି, ସେଗୁଡ଼ିକୁ ଗ୍ରାମପଞ୍ଚାୟତ ଭବନ, ବ୍ଲକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri