Posted inଖେଳ

ଏସିଆନ ଗେମ୍ସରେ ରୌପ୍ୟ ପଦକ ବିଜେତା କିଶୋର ଜେନାଙ୍କୁ ସମ୍ବର୍ଦ୍ଧିତ କଲେ କ୍ରୀଡ଼ାମନ୍ତ୍ରୀ

ଭୁବନେଶ୍ୱର, ୧୭।୧୦ (ତପନ ସ୍ବାଇଁ): ଚାଇନାର ହାଙ୍ଗଝୋରେ ଅନୁଷ୍ଠିତ ଏସିଆନ ଗେମ୍ସର ପୁରୁଷ ଜାଭେଲିନ୍‌ ଥ୍ରୋରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଓଡ଼ିଶାର କିଶୋର ଜେନାଙ୍କୁ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ସମ୍ବର୍ଦ୍ଧିତ କରିଛନ୍ତି। କିଶୋର ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ଦୂରକୁ ଜାଭେଲିନ୍‌ ଥ୍ରୋ କରି ରୌପ୍ୟ ପଦକ ହାସଲ କରିବା ସହ ୨୦୨୪ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। ଏସିଆନ ଗେମ୍ସରେ ତାଙ୍କଠାରୁ କେବଳ ଅନ୍ୟତମ ଭାରତୀୟ ନିରଜ ଚୋପ୍ରା ଶ୍ରେଷ୍ଠ ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ପାଇଥିଲେ। କଳିଙ୍ଗ ସ୍ପୋଟର୍‌ସ କମ୍ପ୍ଲେକ୍ସସ୍ଥିତ ଟେନିସ ସେଣ୍ଟରରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କ୍ରୀଡ଼ା ଓ ଯୁବସେବା ବିଭାଗ ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ, ହକି ପ୍ରମୋଶନ କାଉନସିଲ ଚେୟାରମ୍ୟାନ ଦିଲୀପ ତିର୍କୀ, ଓଡ଼ିଶା ଅଲିମ୍ପିକ୍‌ ଆସୋସିଏଶନ ଓ ରାଜ୍ୟ କ୍ରୀଡ଼ା ବିଭାଗର ଅଧିକାରୀ, କୋଚ୍‌ ଓ ଆଥଲେଟମାନେ ଉପସ୍ଥିତ ଥିଲେ। ନିଜର କଠିନ ପରିଶ୍ରମ ଦ୍ୱାରା କିଶୋର ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି ଏବଂ ଅନ୍ତର୍ଜାତୀୟ ସ୍ତରରେ ରାଜ୍ୟକୁ ଏକ ସ୍ବତନ୍ତ୍ର ପରିଚୟ ଦେଇଛନ୍ତି ବୋଲି କ୍ରୀଡ଼ାମନ୍ତ୍ରୀ କହିଛନ୍ତି। ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ସେ ଭାରତ ଏବଂ ଓଡ଼ିଶା ପାଇଁ ଆହୁରି ଗୌରବ ଆଣିବେ ବୋଲି ତୁଷାରକାନ୍ତି ଆଶାପ୍ରକାଶ କରିଛନ୍ତି। ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ କିଶୋରଙ୍କୁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri