Posted inଖେଳ

ରାତିରେ ଲେଡିଜ୍‌ ହଷ୍ଟେଲରେ ପ୍ରବେଶ ଉଦ୍ୟମ ବେଳେ ଧରାପଡ଼ିଲେ ସ୍ବର୍ଣ୍ଣ ବିଜେତା

ନୂଆଦିଲ୍ଲୀ,୧୬ା୩: ଅଡୁଆରେ କମନ୍‌ଓ୍ବେଲ୍ଥ ଗେମ୍ସରେ ସ୍ବର୍ଣ୍ଣ ପଦକ ବିଜେତା ଭାରୋତ୍ତୋଳକ ଅଚିନ୍ତ ଶିଉଲୀ। ରାତିଅଧରେ ଲେଡିଜ୍‌ ହଷ୍ଟେଲ ମଧ୍ୟକୁ ପ୍ରବେଶ କରିବାକୁ ଉଦ୍ୟମ କରୁଥିବା ବେଳେ ସେଧରାପଡ଼ିଥିଲେ । ପରେ ତାଙ୍କୁ ପ୍ୟାରିସ ଅଲିମ୍ପିକ୍ସ ପ୍ରସ୍ତୁତି ଲାଗି ଲଗାଯାଇଥିବା ଜାତୀୟ କ୍ୟାମ୍ପରୁ ବହିଷ୍କାର କରାଯାଇଛି। ଘଟଣାଟି ଗୁରୁବାର ରାତିର ବୋଲି କୁହାଯାଉଛି।

ରାଜ୍ୟଗୋଷ୍ଠୀ କ୍ରୀଡା ସ୍ବର୍ଣ୍ଣ ପଦକ ବିଜେତା ୨୨ ବର୍ଷୀୟ ଶିଉଲୀ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ଏନ୍‌ଆଇଏସ୍‌ ପଟିଆଲାରେ ରହି ଅଭ୍ୟାସ କରୁଥିଲେ। ତେବେ ଗୁରୁବାର ରାତିରେ ଲେଡିଜ୍‌ ହଷ୍ଟେଲ ମଧ୍ୟରେ ପ୍ରବେଶ ପାଇଁ ଉଦ୍ୟମ କରୁଥିବା ବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରା ପଡିଥିଲେ। ସୁରକ୍ଷାକର୍ମୀ ଏହି ଘଟଣାର ଭିଡିଓ ମଧ୍ୟ ଉତ୍ତୋଳନ କରିଥିଲେ। ଏହି ପ୍ରମାଣ ଆଧାରରେ ତାଙ୍କୁ ନିଲମ୍ବନ କରାଯାଇଛି। ଏହା ସହ ଅଚିନ୍ତଙ୍କ ଅଲିମ୍ପିକ୍ସ ସ୍ବପ୍ନ ମଧ୍ୟ ଧୂଳିସାତ ହୋଇଯାଇଛି।

୨୦୨୨ରେ ଗେମ୍ସ ରେକର୍ଡ ସହ ରାଜ୍ୟଗୋଷ୍ଠୀ କ୍ରୀଡାରେ ସ୍ବର୍ଣ୍ଣ ପଦକ ଜିତିଥିଲେ ଶେଉଲୀ। ଏହା ପୂର୍ବରୁ ମଧ୍ୟ ଭାରତୀୟ ଭାରୋତ୍ତୋଳନ ମହାସଂଘ ବିଶୃଙ୍ଖଳିତ ଆଚରଣ ପାଇଁ ଜେରେମି ଲାଲରିନୁଙ୍ଗାଙ୍କୁ ଜାତୀୟ କ୍ୟାମ୍ପରୁ ବିଦା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri