Posted inଖେଳ

କରାଟେ ସ୍କୁଲର ପ୍ରତିଷ୍ଠା ଦିବସରେ କ୍ରୀଡ଼ା ଖବରଦାତା ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୩୦।୮ (କ୍ରୀଡ଼ା ପ୍ରତିନିଧି): ଉତ୍କଳ କରାଟେ ସ୍କୁଲର ମୁଖ୍ୟ କାର୍ଯ୍ୟାଳୟଠାରେ ୪୨ତମ ପ୍ରତିଷ୍ଠା ଦିବସ ଓ ଜାତୀୟ କ୍ରୀଡ଼ା ଦିବସ ପାଳନ ହୋଇଛି। ଏହି ଅବସରରେ ୬ ଜଣ କ୍ରୀଡ଼ା ଖବରଦାତା ଏବଂ ପ୍ରଶାସକଙ୍କୁ ସ୍କୁଲ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ପୂର୍ବତନ କ୍ରୀଡ଼ା ପ୍ରଶାସକ ତଥା ପ୍ରତିଷ୍ଠିତ ଲେଖକ ଅଶୋକ ମହାନ୍ତିଙ୍କୁ ଜୀବନବ୍ୟାପୀ ସାଧନା ନିମନ୍ତେ ସମ୍ମାନିତ କରାଯାଇଛି। ଏହାବ୍ୟତୀତ ପ୍ରତାପ ପ୍ରଧାନ, ସୁଶାନ୍ତ କୁମାର ସାହୁ, ବିମଳ କୁମାର ରାଉଳ, ଦୂରଦର୍ଶୀର ସମ୍ପାଦକ ଦୁର୍ଗାଶିଷ ସାମନ୍ତରାୟ ଓ ଧରିତ୍ରୀର ବିଜୟ ରଣା ପ୍ରମୁଖଙ୍କୁ କ୍ରୀଡ଼ା ଖବର ପରିବେଷଣରେ ଶ୍ରେଷ୍ଠତ୍ୱ ପାଇଁ ସମ୍ବର୍ଦ୍ଧନା ଦିଆଯାଇଛି। ବିଧାୟକ ଅନନ୍ତ ନାରାୟଣ ଜେନା, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ‘ମୋ କଲେଜ’ ଅଧ୍ୟକ୍ଷ ଆକାଶ ଦାସ ନାୟକ ଓ ସ୍ଥାନୀୟ କର୍ପୋରେଟର ରଞ୍ଜୁଲତା ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଉତ୍ସବକୁ ସ୍କୁଲର ପ୍ରତିଷ୍ଠାତା ତଥା ସମ୍ପାଦକ ହରିପ୍ରସାଦ ପଟ୍ଟନାୟକ ଓ ଅନ୍ୟ କର୍ମକର୍ତ୍ତାମାନେ ପରିଚାଳନା କରିଥିଲେ। ଉଦ୍‌ଯାପନୀ ଉତ୍ସବ ପୂର୍ବରୁ ବିଭିନ୍ନ ଖେଳ ଯଥା କରାଟେ, ଶକ୍ତି ଉତ୍ତୋଳନ, ବନ୍ଧୁକ ଚାଳନାରେ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri