ହାଇଓ୍ବା ଧକ୍କାରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ, ମୃତଦେହ ରଖି ରାସ୍ତା ଅବରୋଧ କଲେ…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ଓଡ଼ିଆ ସାହି ବାସିନ୍ଦା ତଥା ଗଜପତି ଜିଲା ମୋହନା ବ୍ଲକ ପିଣ୍ଡିକି ଗ୍ରାମ ହାଇସ୍କୁଲର କ୍ରୀଡା ଶିକ୍ଷକ ରାମକୃଷ୍ଣ ପାଣିଗ୍ରାହୀ ଓରଫ ବବୁଲ(୩୨) ବୁଧବାର ସାରେ ଏକ ହାଇୱା ଟ୍ରକ ଧକ୍କାରେ ମୃତ୍ୟୁବରଣ କରିଥିଲେ। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ମୃତଦେହ ବୁଧବାର ଅପରାହ୍ନ ପ୍ରାୟ ୩ ଟାରେ ଗ୍ରାମରେ ପହଞ୍ଚିଥିଲା। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦାବିରେ ଗ୍ରାମର ବହୁ ସଂଖ୍ୟକ ମହିଳା ଓ ପୁରୁଷ ମୃତଦେହ ରଖି ଚିକିଟି – ଦିଗପହଣ୍ଡି ମୁଖ୍ୟରାସ୍ତାର ପଦ୍ମନାଭପୁର ଶ୍ରୀ ଶନି ମନ୍ଦିର ସମ୍ମୁଖରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଏଥିଯୋଗୁ ରାସ୍ତାର ଉଭୟ ପଟରେ ଗାଡ଼ି ମଟର ଅଟକି ରହିଥିଲା। ଖବରପାଇ ଦିଗପହଣ୍ଡି ତହସିଲଦାର ତଥା ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ସାହୁ, ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ପ୍ରମୁଖ ବହୁ ସଂଖ୍ୟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଗ୍ରାମବାସୀଙ୍କ ସହ ଆଲୋଚନା କରି ପ୍ରତିଶ୍ରୁତି ଦେବାପରେ ଅପରାହ୍ନ ପ୍ରାୟ ସାଢ଼େ ୪ ଟାରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା। ଗଞ୍ଜାମ – ଗଜପତି ସୀମାନ୍ତ ପାଟପୁର ଥାନା ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ସାରେ ଏକ ହାଇୱା ଟ୍ରକ ଧକ୍କାରେ ରାମକୃଷ୍ଣଙ୍କ ମୃତ୍ୟୁ ଘଟିଥିଲା। ପାଟପୁର ପୋଲିସ ମୃତଦେହ ଜବତ କରି ଥାନା ମାମଲା ନଂ. ୪୪୧/୨୫ ମକଦ୍ଦମା ରୁଜୁ କରିଥିଲେ। ଦୁର୍ଘଟଣା ଘଟାଇ ଦ୍ରୁତ ଗତିରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିବା ହାଇୱା ଟ୍ରକକୁ ପୋଲିସ ଗୋଡ଼ାଇ ମୋହନା ଅଞ୍ଚଳରୁ ଜବତ କରି ଥାନାକୁ ନେଇଥିଲା। ଚାଳକଙ୍କୁ ଥାନାରେ ଅଟକ ରଖାଯାଇଥିବା ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?