ୟୁଜି, ପିଜି, ବି.ଏଡ୍‌/ ଏମ୍‌.ଏଡ୍‌ ପାଠ୍ୟକ୍ରମର ବଳକା ସିଟ୍‌ରେ ହେବ ସ୍ପଟ୍‌ ଆଡ୍‌ମିଶନ

ଭୁବନେଶ୍ୱର,୯ା୧୧(ଅନୁରାଧା ମହାରଣା): ଛାତ୍ରୀଛାତ୍ର, ଅଭିଭାବକ ତଥା ଶୈକ୍ଷିକ ସମାଜର ଆଗ୍ରହକ୍ରମେ ତଥା ଉଚ୍ଚଶିକ୍ଷା ବିଭାଗ ଅଧୀନ ଶିକ୍ଷାନୁଷ୍ଠାନଗୁଡିକରେ ଖାଲିଥିବା ୭୮,୦୬୦ ସିଟ୍‌ରେ ସ୍ପଟ୍‌ ଆଡ୍‌ମିଶନ ହେବ। ସ୍ନାତକ (ୟୁଜି), ସ୍ନାତକୋତ୍ତର (ପିଜି) ଏବଂ ଦୁଇ ବର୍ଷିଆ ବି.ଏଡ୍‌/ ଏମ୍‌.ଏଡ୍‌ ପାଠ୍ୟକ୍ରମ ନିମନ୍ତେ ସାମ୍ସ ପୋର୍ଟାଲ ମାଧ୍ୟମରେ ଏହି ଆଡ୍‌ମିଶନ କରାଯିବ। ଆସନ୍ତା ୧୧ରୁ ୧୫ ତାରିଖ ମଧ୍ୟରେ ନାମଲେଖା ପାଇଁ ଆବେଦନ କରାଯିବ। ୧୯ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ ଓ ୨୧ ତାରିଖରେ ନାମଲେଖା ଅନୁଷ୍ଠିତ ହେବ। ତେବେ ପିଜି, ବି.ଏଡ୍‌/ ଏମ୍‌.ଏଡ୍‌ ପାଠ୍ୟକ୍ରମ ନିମନ୍ତେ ପ୍ରବେଶିକା ପରୀକ୍ଷା ଦେଇ ର଼୍ୟାଙ୍କ୍‌ ପାଇଥିବା ଛାତ୍ରୀଛାତ୍ର ଆବେଦନ କରିପାରିବେ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ବିଭାଗୀୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ‘ଏକ୍ସ’ରେ ପୋଷ୍ଟ କରି ସୂଚନା ଦେଇଛନ୍ତି।
ସୂଚନାନୁସାରେ, ରାଜ୍ୟର ମୋଟ ୧୦୫୮ କଲେଜରେ ୟୁଜି ପାଠ୍ୟକ୍ରମରେ ୨,୭୪,୩୪୩ ସିଟ୍‌ ରହିଥିବାବେଳେ ୨,୦୩୯୨୩ ସିଟ୍‌ରେ ନାମଲେଖା ହୋଇଛି ଓ ୭୦, ୪୨୦ ସିଟ୍‌ ଖାଲି ପଡ଼ିଛି। କଳା ବିଭାଗରେ ୨୭,୩୪୩ ସିଟ୍‌ ଖାଲି ରହିଥିବାବେଳେ ଫିଜିକାଲ୍‌ ସାଇନ୍ସରେ ୧୭,୨୬୧ ସିଟ୍‌, ବାୟୋଲୋଜିକାଲ ସାଇନ୍ସରେ ୬,୩୪୨ ସିଟ୍‌, ବାଣିଜ୍ୟରେ ୧୩,୯୫୨ ସିଟ୍‌, ସେଲ୍ଫ ଫାଇନାନ୍ସ ପାଠ୍ୟକ୍ରମରେ ୧,୯୩୬ ସିଟ୍‌ ଏବଂ ସଂସ୍କୃତରେ ୩,୫୮୨ ସିଟ୍‌ରେ ନାମଲେଖା ହୋଇନାହିଁ।
ସେହିପରି ପିଜି ପାଠ୍ୟକ୍ରମରେ ୧୧୬ଟି ଶିକ୍ଷାନୁଷ୍ଠାନରେ ୨୯୫୫୯ଟି ସିଟ୍‌ ରହିଥିବାବେଳେ ୨୧୯୭୫ଜଣ ପିଲା ନାମ ଲେଖାଇଛନ୍ତି ଏବଂ ୭,୫୮୪ ସିଟ୍‌ ଖାଲି ରହିଛି। ଦୁଇ ବର୍ଷିଆ ବିଏଡ୍‌/ ଏମ୍‌ଏଡ୍‌ /ବିଏଚ୍‌ଏଡ୍‌ ପାଠ୍ୟକ୍ରମ ଥିବା ୩୧ଟି ଶିକ୍ଷାନୁଷ୍ଠାନରେ ମୋଟ୍‌ ୨୭୫୦ଟି ସିଟ୍‌ରୁ ୨୬୯୪ ସିଟ୍‌ (ବି.ଏଡ୍‌ ୨୩୯୦, ଏମ୍‌.ଏଡ୍‌ ୧୨୫୧ ଏବଂ ବିଏଚ୍‌.ଏଡ୍‌ ୫୦ସିଟ୍‌)ରେ ନାମଲେଖା ହୋଇଛି ଏବଂ ୫୬ଟି ସିଟ୍‌ ଖାଲି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?