ସ୍ପଟ୍‌ ବଏରୁ ସଫଳ ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅନିଲ କପୁର ମଙ୍ଗଳବାର ତାଙ୍କର ୬୮ତମ ଜନ୍ମଦିନ ପାଳନ କରିଛନ୍ତି। ଦୀର୍ଘ ୫ ଦଶନ୍ଧି ଧରି ବଲିଉଡ୍‌କୁ ଅନେକ ହିଟ୍‌ ଚଳଚ୍ଚିତ୍ର ଦେଇଥିବା ଅନିଲ ଜନ୍ମଦିନ ଅବସରରେ ଏକ ସାକ୍ଷାତ୍‌କାର ଦେଇ ଯୁବାବସ୍ତାରେ କରିଥିବା ସଂଘର୍ଷ ବିଷୟରେ ବଖାଣିଛନ୍ତି। ଏପରି ଏକ ସମୟ ଥିଲା, ଯେତେବେଳେ ତାଙ୍କୁ ଏକ ଗ୍ୟାରେଜ ରୁମ୍‌ରେ ସମୟ ଅତିବାହିତ କରିବାକୁ ପଡ଼ୁଥିଲ ବୋଲି ଅନିଲ କହିଛନ୍ତି। ଅନିଲ କହିଛନ୍ତି, ଯେତେବେଳେ ସେ ୧୭/୧୮ ବର୍ଷର ହୋଇଥିଲେ ସେତେବେଳେ ତାଙ୍କ ବାପାଙ୍କ ହୃଦ୍‌ରୋଗ ସମସ୍ୟା ଦେଖା ଦେଇଥିଲା। ତେଣୁ ସେ ଆଉ କାର୍ଯ୍ୟ କରିପାରି ନ ଥିଲେ। ପରିବାରର ପ୍ରତିପୋଷଣ ପାଇଁ ତାଙ୍କୁ କିଶୋର ଅବସ୍ଥାରୁ ହିଁ କାମ କରିବାକୁ ପଡ଼ିଥିଲା। ଫିଲ୍ମ ଇଣ୍ଚଷ୍ଟ୍ରି ସହ ତାଙ୍କର କିଛି ଅନୁଭବ ନ ଥିବାରୁ ତାଙ୍କୁ ପ୍ରଥମେ ସ୍ପଟ୍‌ ବୟ ଭାବେ କାମ ମିଳିଥିଲା। ସେ ଶୁଟିଂ ସେଟ୍‌ରେ ଅଭିନେତା ଓ ଅଭିନେତ୍ରୀମାନଙ୍କୁ ଜଳଖିଆ ଓ ଚା’ ପରସୁଥିଲେ। ସେହିପରି ସେମାନଙ୍କୁ ବିମାନବନ୍ଦରରୁ ସ୍ବାଗତ କରି ଶୁଟିଂ ଲୋକେଶନକୁ ନବା ଆଣିବା ଦାୟିତ୍ୱ ମଧ୍ୟ ତାଙ୍କର ଥିଲା। ତେବେ ସେତେବେଳେ ସେ ଏସବୁ କାର୍ଯ୍ୟକୁ ଛୋଟ ମନେ କରୁ ନ ଥିଲେ ବୋଲି ଅନିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri