୧୬ରୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ସ୍ପଟ୍‌ ନାମଲେଖା

ଭୁବନେଶ୍ୱର, ୧୫।୧୦(ଅସମାପିକା ସାହୁ)ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ସ୍ପଟ୍‌ ନାମଲେଖା କରାଯିବ। ଏହି ପ୍ରକ୍ରିୟା ଆସନ୍ତା ୧୬ରୁ ୩୧ ତାରିଖ ପର୍ଯ୍ୟନ୍ତ ସକାଳ ୧୦ଟାରୁ ଅପରାହ୍ନ ୫ଟା ଯାଏ ଚାଲିବ। ଓଡ଼ିଶାର ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ଆବଶ୍ୟକ ପ୍ରମାଣପତ୍ର ଦାଖଲ କରି ନାମ ଲେଖାଇବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ସ୍ପଟ୍‌ ନାମଲେଖା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଏବଂ ସ୍କୁଲ ଅଫ୍‌ ସର୍ଭିସେସ୍‌ ପାଠ୍ୟକ୍ରମ ଅଧୀନରେ ଥିବା ମୋଟ ୭ଟି ବିଷୟରେ କରାଯିବ। ସ୍କୁଲ୍‌ ଅଫ୍‌ ଇଞ୍ଜିନିୟରିଂ ବିଭାଗ ଅଧୀନରେ ମେକାନିକାଲ ଆଣ୍ଡ୍‌ ଇଲେକ୍ଟ୍ରିକାଲ ସର୍ଭିସେସ୍‌, ଏୟାର କଣ୍ଡିସନିଂ ଆଣ୍ଡ୍‌ ରେଫ୍ରିଜରେଶନ୍‌, ଭର୍ଟିକାଲ ଟ୍ରାନ୍ସପୋର୍ଟେଶନ୍‌, ମେକାଟ୍ରୋନିକ୍ସ ଏବଂ ଇଲେକ୍ଟ୍ରିକାଲ ଟେକ୍ନୋଲୋଜି ଭଳି ୫ଟି ଅତ୍ୟାଧୁନିକ ବିଷୟ ରହିଛି। ପ୍ରାର୍ଥୀମାନେ ନିଜ ଆଧାରକାର୍ଡ ଏବଂ ପାସପୋର୍ଟ ଫଟୋ ସହିତ ମାଟ୍ରିକ, ଆଇଟିଆଇ କିମ୍ବା ଡିପ୍ଲୋମା ଏବଂ ସିଏଲ୍‌ସି ସାର୍ଟିଫିକେଟ ସାଙ୍ଗରେ ଆଣିବାକୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନୁସୂଚିତ ଜାତି, ଜନଜାତି ଏବଂ ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ଜାତିଗତ ପ୍ରମାଣପତ୍ର ଆଣିବାକୁ ପରାମର୍ଶ ଦିଆଯାଇଛି। ସ୍ପଟ୍‌ ନାମଲେଖା ସମ୍ପର୍କରେ ପ୍ରାର୍ଥୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର ୱେବ୍‌ସାଇଟରୁ www.worldskillcenter.org ଅଧିକ ସୂଚନା ପାଇପାରିବେ। ତା’ଛଡ଼ା ୧୮୦୦ ୨୬୬ ୬୦୦୨/ ୦୬୭୪ ୨୫୮୦୦୭୯ ନମ୍ବରରେ କଲ୍‌ କରିପାରିବେ।
ସୂଚନାଯୋଗ୍ୟ, ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରୀଛାତ୍ରଙ୍କ ରହିବା ଲାଗି ହଷ୍ଟେଲ, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍‌ ସୁବିଧା ଆଦି ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣାରେ ଦିଆଯାଉଛି। ତା’ଛଡ଼ା ଚଳିତ ଶିକ୍ଷାବର୍ଷରେ ଅନୁସୂଚିତ ଜାତି, ଜନଜାତି, ପଛୁଆ ଏବଂ ସଂଖ୍ୟାଲଘୁ ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ କୋର୍ସ ଫି’ ସମ୍ପୂର୍ଣ୍ଣ ମାଗଣା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?