ନୀତାଙ୍କୁ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର ଆଓ୍ବାର୍ଡ

ଭୁବନେଶ୍ୱର,୭।୧୨ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍‌. ଅମ୍ବାନୀଙ୍କୁ ନିକଟରେ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର (ମହିଳା) ଆଓ୍ବାର୍ଡ (ପୁରସ୍କାର)ରେ
ସମ୍ମାନିତ କରାଯାଇଛି। ବିଶେଷକରି କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୀତାଙ୍କୁ ଉପରୋକ୍ତ ଆଓ୍ବାର୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ନୂଆଦିଲ୍ଲୀଠାରେ ଆୟୋଜିତ ସିଆଇଆଇ ସ୍କୋରକାର୍ଡ଼-୨୦୨୩ ସମ୍ମାନ ସମାରୋହରେ ନୀତାଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଥିଲାବେଳେ କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷର ମାନକ ସ୍ଥାପନ କରିଥିବାରୁ ରିଲାଏନ୍ସ ଫାଉଣ୍ଡେଶନକୁ ମଧ୍ୟ କର୍ପୋରେଟ ଆଓ୍ବାର୍ଡ (କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବା ଶ୍ରେଷ୍ଠ କର୍ପୋରେଟ ପୁରସ୍କାର) ପ୍ରଦାନ କରାଯାଇଛି।
ଏହି ପରିପ୍ରେକ୍ଷୀରେ ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍‌. ଅମ୍ବାନୀ କହିଛନ୍ତି, ସିଆଇଆଇ ସ୍ପୋଟର୍‌ସ ବିଜ୍‌ନେସ୍‌ ଆୱାର୍ଡ ସମାରୋହରେ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର ପୁରସ୍କାର ଏବଂ କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବା ଶ୍ରେଷ୍ଠ କର୍ପୋରେଟ ପୁରସ୍କାର ଗ୍ରହଣକରି ମୁଁ ବେଶ୍‌ ଗୌରବାନ୍ବିତ ଅନୁଭବ କରୁଛି। ବିଶେଷକରି କ୍ରୀଡା ଏକ ଅନନ୍ୟ ଏକତା ଓ ସମାନତା ସୃଷ୍ଟିକାରୀ ଏବଂ ଶକ୍ତି ପ୍ରଦାନକାରୀ ବୋଲି ମୋର ଦୃଢ଼ ବିଶ୍ୱାସ ରହିଛି। ଚଳିତ ବର୍ଷ (୨୦୨୩ ବର୍ଷ) ବାସ୍ତବରେ ଭାରତର କ୍ରୀଡ଼ା ଉତ୍କର୍ଷର ବର୍ଷ ହୋଇଥିବାବେଳେ ବିବିଧ କ୍ରୀଡ଼ାରେ ମେଡାଲ ଜିତି ଓ ବିଜୟୀ ହୋଇ ଆମ ଆଥ୍‌ଲେଟମାନେ ବିଶ୍ୱସ୍ତରରେ ଦେଶର ଗୌରବ ବଢ଼ାଇଛନ୍ତି। ଅପରପକ୍ଷରେ ୧୪୧ତମ ଆନ୍ତର୍ଜାତିକ ଅଲିମ୍ପିକ କମିଟି ଅଧିବେଶନ ମୁମ୍ବାଇଠାରେ ଆୟୋଜିତ କରି ଆମେ ଅଲିମ୍ପିକ ଅଭିଯାନକୁ ୪୦ବର୍ଷ ପରେ ଭାରତକୁ ନେଇ ଆସିଛୁ। ରିଲାଏନ୍ସ ଫାଉଣ୍ଡେଶନରେ ଆମେ ଭାରତର ଯୁବପିଢ଼ିକୁ ବିଶ୍ୱସ୍ତରୀୟ ସୁବିଧା ସୁଯୋଗ ଓ ସହାୟତା ପ୍ରଦାନକରି ଭାରତକୁ ବିଶ୍ୱର କ୍ରୀଡ଼ା ଶକ୍ତି କେନ୍ଦ୍ରରେ ପରିଣତ କରିବାକୁ ପ୍ରତିବଦ୍ଧ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri