Posted inଖେଳ

ସ୍ପୋଟର୍‌ସ ଓଡ଼ିଶାର ବିଜୟ ଅଭିଯାନ

ଭୁବନେଶ୍ୱର, ୨୭।୪ (କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ଓମେନ୍ସ ଲିଗ୍‌ର ୬ଷ୍ଠ ସଂସ୍କରଣ ବୁଧବାରଠାରୁ ଗୁଜରାଟର ୩ଟି ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାର ୨ଟି ଦଳ ଭାଗ ନେଉଥିବାବେଳେ ପ୍ରଥମ ଦିବସରେ ସ୍ପୋଟର୍‌ସ ଓଡ଼ିଶା ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଓଡ଼ିଶା ଏଫ୍‌ସି ଗୁରୁବାରଠାରୁ ଏହାର ଅଭିଯାନ ଆରମ୍ଭ କରିବ। ଶାହିବାଗ୍‌ ପୋଲିସ ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍‌ ‘ଏ’ ମ୍ୟାଚରେ ସ୍ପୋଟର୍‌ସ ଓଡ଼ିଶା ୩-୨ ଗୋଲରେ ଦିଲ୍ଲୀର ହୋପ୍ସ ଫୁଟବଲ କ୍ଲବକୁ ପରାସ୍ତ କରିଛି। ଫଳରେ ଓଡ଼ିଶା ଦଳକୁ ୩ ପଏଣ୍ଟ ମିଳିଛି। ସଂଘର୍ଷପୂର୍ଣ୍ଣ ମ୍ୟାଚର ପ୍ରଥମାର୍ଦ୍ଧରେ କୌଣସି ଦଳ ଗୋଲ ସ୍କୋର କରିପାରି ନ ଥିଲେ। ଫଳରେ ଦ୍ୱିତୀୟାର୍ଦ୍ଧ ଆରମ୍ଭରୁ ବେଶ୍‌ ରୋଚକ ହୋଇଥିଲା। ୫୧ତମ ମିନିଟରେ ରେଖା ପୌଦେଲ ଏକ ଗୋଲ ଦେଇ ଓଡ଼ିଶା ଦଳକୁ ଅଗ୍ରଣୀ କରିଥିଲେ। ୫୮ତମ ମିନିଟରେ ମନୀଷା ନାଏକ ଆଉ ଏକ ଗୋଲ ସ୍କୋର କରି ଅଗ୍ରଣୀ ବ୍ୟବଧାକୁ ୨-୦ରେ ପହଞ୍ଚାଇଥିଲେ। ପଛୁଆ ରହିବାପରେ କାଉଣ୍ଟର ଆଟାକ୍‌ କରି ସଫଳ ହୋଇଥିଲା ହୋପ୍ସ ଫୁଟବଲ କ୍ଲବ। ୭୪ତମ ମିନିଟରେ ଶୈଳଜା ଗୋଟିଏ ଗୋଲ ପରିଶୋଧ କରିଥିଲେ। ୮୧ତମ ମିନିଟରେ ରଜନୀ ବାଲା ଆଉ ଏକ ଗୋଲ ଦେବାରୁ ମ୍ୟାଚ ୨-୨ ସ୍ଥିତିକୁ ଚାଲି ଆସିଥିଲା। ୯୦ ମିନିଟ ମଧ୍ୟରେ ଖେଳ ବରାବର ସ୍ଥିତିରେ ରହିବାପରେ ଇଞ୍ଜୁରି ଟାଇମ୍‌ ଅର୍ଥାତ୍‌ ୯୦+୫ ମିନିଟରେ ଅଞ୍ଜୁ ଏକ ଗୋଲ ଦେଇ ସ୍ପୋଟର୍‌ସ ଓଡ଼ିଶାକୁ ବିଜୟୀ କରିଥିଲେ। ସ୍ପୋଟର୍‌ସ ଓଡ଼ିଶା ଏହାର ପରବର୍ତ୍ତୀ ମ୍ୟାଚ ଗୋକୁଳମ୍‌ କେରଳ ଏଫ୍‌ସି ସହିତ ଖେଳିବ।
ପ୍ରଥମ ଦିବସରେ ଅନୁଷ୍ଠିତ ଅନ୍ୟ ମ୍ୟାଚ ଗୁଡ଼ିକ ମଧ୍ୟରେ ଟ୍ରାନ୍ସଷ୍ଟାଡିଆରେ ଗୋକୁଳମ୍‌ କେରଳ ୮-୨ ଗୋଲରେ ଇଷ୍ଟବେଙ୍ଗଲ ଏଫ୍‌ସିକୁ ଏବଂ ମିସାକା ୟୁନାଇଟେଡ ଏଫ୍‌ସି ୨-୦ରେ ମାତା ରୁକ୍ମଣୀ ଫୁଟବଲ କ୍ଲବକୁ ପରାସ୍ତ କରିଛି। ସେହିପରି ଶାହିବାଗ୍‌ ପୋଲିସ ଷ୍ଟାଡିୟମରେ ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚରେ ମୁମ୍ବାଇ ନାଇଟ୍ସ ଏଫ୍‌ସି ୧-୦ ଗୋଲରେ କାହାଣୀ ଫୁଟବଲ କ୍ଲବକୁ ହରାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri