ଲାଠିରେ ବ୍ୟାପିଲା ଝାଡ଼ାବାନ୍ତି

ବ୍ରହ୍ମପୁର ଅଫିସ,୯।୧୦:ଗଞ୍ଜାମ ଜିଲାରେ ଗତ କିଛିମାସ ହେଲା ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଲାଠି ଗ୍ରାମରେ ଗତ ୧ ତାରିଖଠାରୁ ଝାଡ଼ାବାନ୍ତି ବ୍ୟାପିଛି । ୩୭ଜଣ ଶିଶୁ, ମହିଳା ଓ ବୃଦ୍ଧ ଏବେ ଆକ୍ରାନ୍ତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଆରଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ତରଫରୁ ଗାଁକୁ ଯୋଗାଣ ହେଉଥିବା ପାଇପ୍‌ ପାଣି ବ୍ୟବହାର ପରେ ବହୁ ଗ୍ରାମବାସୀ ଆକ୍ରାନ୍ତ ହୋଇଥିଲେ। ସେଠାକାର ପରିସ୍ଥିତି ଜଟିଳ ହେବାରୁ ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ଲାଠି ଗଁାରେ ପହଞ୍ଚି ରୋଗୀଙ୍କ ଚିକିତ୍ସା କରିଛନ୍ତି। ଏହା ସହିତ ଗଁାକୁ ପାଇପ୍‌ ଜଳ ଯୋଗାଣ ବନ୍ଦ କରାଯାଇଥିବା ଏଡିଏମ୍‌ଓ ଡା. ଆର୍‌. ଜଗଦୀଶ ପଟ୍ଟନାୟକ ସୂଚନା ଦେଇଛନ୍ତି। ଏହାସହିତ କୁକୁଡ଼ାଖଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟ ଅଧିକାରୀଙ୍କ ସହ ବ୍ଲକରେ କାମ କରୁଥିବା ସମସ୍ତ ସ୍ବାସ୍ଥ୍ୟ ଟିମ୍‌ ୨୪ ଘଣ୍ଟିଆ ଆଲର୍ଟ ରହିବାକୁ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି ଦିଗପହଣ୍ଡି ବ୍ଲକ ଭୀଷ୍ମଗିରିରେ ମଧ୍ୟ ଝାଡ଼ାବାନ୍ତି ବ୍ୟାପିଥିବା ଖବର ଆସିବା ପରେ ସେଠାକୁ ଏକ ଟିମ୍‌ ଯାଇ ସ୍ଥିତି ଅନୁଧ୍ୟାନ କରିଥିବା ଡା. ପଟ୍ଟନାୟକ ସୂଚନା ଦେଇଛନ୍ତି। ପ୍ରାୟ ୧୧ଜଣ ଆକ୍ରାନ୍ତ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ପ୍ରକାଶ। ଲାଠି ଗାଁର କିଛି ଲୋକ ଗତ ୧ ତାରିଖରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ଗାଁର ବିଭିନ୍ନ ସାହିକୁ ଝାଡ଼ାବାନ୍ତି ବ୍ୟାପିଥିଲା। ପ୍ରତିଦିନ କିଛି କିଛି ଲୋକ ଝାଡ଼ାବାନ୍ତି ସମସ୍ୟା ନେଇ ଲାଠି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ଦିନକୁ ଦିନ ରୋଗୀଙ୍କ ସଂଖ୍ୟା ବଢ଼ିବାରୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଉମା ଶଙ୍କର ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଏକ ଟିମ୍‌ ଲାଠି ଗାଁକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହିତ ରୋଗୀଙ୍କ ଚିକିତ୍ସା କରିଥିଲା। ଲାଠି ସ୍ବାସ୍ଥ୍ୟକେନ୍ଦ୍ରରେ କୁକୁଡ଼ାଖଣ୍ଡି ବ୍ଲକର ମେଡିକାଲ ଟିମ୍‌ ରହିଛନ୍ତି। ଗତ ୧ତାରିଖରୁ ଏଯାବତ ୩୭ ଜଣ ଆକ୍ରାନ୍ତ ହୋଇଥିବା ଡା. ପଟ୍ଟନାୟକ କହିଛନ୍ତି। ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ଦୁଇଜଣ ଲାଠି ସ୍ବାସ୍ଥ୍ୟକେନ୍ଦ୍ର ଡାଇରିଆ ୱାର୍ଡରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ପକ୍ଷରୁ ଲାଠି ଗାଁର ବିଭିନ୍ନ ଘରକୁ ପାଇପ୍‌ ଯୋଗେ ପାଣି ଯୋଗାଣ ହେଉଛି। ବିଭିନ୍ନ ସ୍ଥାନରେ ପାଇପ୍‌ ଫାଟିବାରୁ ପାଣି ପ୍ରଦୂଷିତ ହେଉଛି। ସେହି ପାଣି ବ୍ୟବହାର କରିବା ଦ୍ୱାରା ଝାଡ଼ାବାନ୍ତି ବ୍ୟାପିଥିବା ଡା. ପଟ୍ଟନାୟକ କହିଛନ୍ତି। ଲୋକମାନେ ଏ ଦିଗରେ ଅଧିକ ସଚେତନ ରହିବା ପାଇଁ ମାଇକ ଯୋଗେ ପ୍ରଚାର କରାଯାଉଛି ବୋଲି ଲାଠି ସରପଞ୍ଚ ରାଧାମୋହନ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri