ଶିକାର ପାଇଁ ବିଛାଇଥିଲେ ବିଦ୍ୟୁତ୍‌ତାର, ନିଜେ ହୋଇଗଲେ ଶିକାର

ଭଞ୍ଜନଗର,୧୮ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ଜଗନ୍ନାଥପ୍ରସାଦ ରେଞ୍ଜକୁ ଗୋଟିଏ ପରେ ଗୋଟିଏ ବିପଦ ଗୋଡ଼ାଉଛ। ଦୁଇଦିନ ପୂର୍ବେ ରେଞ୍ଜ କାର୍ଯ୍ୟାଳୟକୁ ବୋମାମାଡ଼ ହୋଇଥିଲା। ଏହି ଘଟଣାର ପ୍ରକୃତ ରହସ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡ଼ିନାହିଁ। ମଙ୍ଗଳବାର ସନ୍ଧ୍ୟାରେ ସାଇଣ୍ଟିଫିକ ଟିମ୍‌ ଆସି ଘଟଣାର ତଦନ୍ତ କରି ଫେରିଯାଇଛି। ଅନ୍ୟପଟେ ଉକ୍ତ ରେଞ୍ଜର ବନ ସୁରକ୍ଷା ସମିତି କର୍ମକର୍ତ୍ତାମାନେ ବିଭାଗୀୟ କର୍ମଚାରୀଙ୍କ ବିରୋଧରେ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ତେଣୁ ସେମାନେ ଆଜକୁ କିଛିଦିନ ହେବ ବିଭାଗ ବିରୋଧରେ ମେଳି ବାନ୍ଧିଛନ୍ତି। ସେହିଭଳି ଓଡ଼ିଶା ଅଣ ଗେଜେଟେଡ୍‌ ବନସେବା ସଂଘ ଅଧୀନରେ ଆସୁଥିବା ବନପାଳ, ବନରକ୍ଷୀମାନେ ମଧ୍ୟ ଗତ ରବିବାର ଠାରୁ ୩ ଦଫା ଦାବି ନେଇ କଳାବ୍ୟାଜ୍‌ ପିନ୍ଧିବା ସହ ନୂଆ କେସ୍‌ ନ କାଟିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହାର ସୁଯୋଗ ନେଇ ଉକ୍ତ ରେଞ୍ଜରେ କାଠ ଚୋରି ଏବଂ ବନ୍ୟପ୍ରାଣୀ ଶିକାର ବଢ଼ିଯାଇଛି। ଯାହାକି ବିଭାଗ ପାଇଁ ସମସ୍ୟା ଆଣୁଛି।

କଥାରେ ଅଛି ଯେ ପାଞ୍ଚେ ପର ମନ୍ଦ, ତା’ ମନ୍ଦ ପାଞ୍ଚନ୍ତି ଗୋବିନ୍ଦ। ଅର୍ଥାତ୍‌ ଶିକାର କରିବାକୁ ବିଦ୍ୟୁତ୍‌ତାର ବିଛାଇ ଥିବାବେଳେ ବିଦ୍ୟୁତ୍‌ତାରରେ ଲାଗି ଜଣେ ଶିକାରୀ ମୃତ୍ୟୁବରଣ କରିଛନ୍ତି। ମଙ୍ଗଳବାର ରାତିରେ ଜଗନ୍ନାଥପ୍ରସାଦ ରେଞ୍ଜରେ  ଶିକାର ପାଇଁ ବିଛା ହୋଇଥିବା ବିଦ୍ୟୁତ୍‌ତାରରେ ଜଗନ୍ନାଥପ୍ରସାଦ ବ୍ଲକ କୁଡୁତାଇ ପଞ୍ଚାୟତ ଚାଞ୍ଚରାପଲ୍ଲୀର ସୁରଥ ପ୍ରଧାନ (୪୫)ଲାଗି ମୃତ୍ୟୁ ଘଟିଛି।। ଏହି ଘଟଣା ବୁଧବାର ସକାଳେ ଜଣାପଡ଼ିବା ବନ ବିଭାଗ କର୍ମଚାରୀ କିମ୍ବା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ଏହି ଘଟଣାକୁ ନେଇ ସମ୍ପୁକ୍ତ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।
ଲୋକଙ୍କ ସୁତ୍ରରୁ ପ୍ରକାଶ ଯେ, ସୁରଥ ଗତକାଲି ରାତିରେ ବିଲମାଳ ଆଡ଼େ କୌଣସି କାମରେ ଯାଇଥିଲେ। ରାତିରେ ବିଲମାଳର ଏକ ଲଟା ବୁଦା ଅଞ୍ଚଳରେ ଶିକାର ପାଇଁ ବିଦ୍ୟୁତ୍‌ତାର ବିଛା ହୋଇଥିଲା। ଉକ୍ତ ତାରରେ ଲାଗି ସୁରଥଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ଆଜି ସକାଳେ ଜଣାପଡ଼ିଛି।

ଅପରପକ୍ଷରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତିଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ଗତକାଲି ରାତିରେ ୩ ଜଣ ଶିକାର କରିବାକୁ ବିଲମାଳକୁ ଯାଇଥିଲେ। ତେଣୁ ସେମାନେ ବିଦ୍ୟୁତ୍‌ତାର ବିଛାଇଥିଲେ। ଏହି ସମୟରେ ସେମାନଙ୍କ ମଧ୍ୟରୁ ଜଣେ ଉକ୍ତ ତାରରେ ଲାଗି ମୃତ୍ୟୁବରଣ କରିଛନ୍ତି। ଅନ୍ୟ ଦୁଇଜଣ ଏହି ଘଟଣା ପରେ ଫେରାର ହୋଇଯାଇଛନ୍ତି। ବିଭାଗୀୟ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି ବୋଲି ଡିଏଫ୍‌ଓ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri