ଜନକଲ୍ୟାଣ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ

ଭୁବନେଶ୍ୱର,୩୦।୯(ବ୍ୟୁରୋ): ଆମ ଦଳ ଲୋକଙ୍କ ସାଥିରେ ଅଛି, ଲୋକଙ୍କ ପାଇଁ କାମ କରୁଛି। ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ ତାହା ଉପରେ ଧ୍ୟାନ ଦିଅ। ଗୁରୁବାର ବରମୁଣ୍ଡା ପଡ଼ିଆରେ ଆରମ୍ଭ ହୋଇଥିବା ପଦଯାତ୍ରା ପ୍ରସ୍ତୁତି ବୈଠକକୁ ବେଙ୍ଗାଲୁରୁରୁ ଭିଡିଓ କନ୍‌ଫରେନ୍ସ ଜରିଆରେ ସମ୍ବୋଧନ କରି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ନେତା ଓ କର୍ମୀଙ୍କୁ ଏମିତି ବାର୍ତ୍ତା ଦେଇଛନ୍ତି। ଗାନ୍ଧୀ ଜୟନ୍ତୀଠାରୁ ସାରା ରାଜ୍ୟରେ ଆରମ୍ଭ ହେଉଥିବା ବିଜେଡିର ୧ ମାସବ୍ୟାପୀ ଜନସମ୍ପର୍କ ପଦଯାତ୍ରାକୁ ସଫଳ କରିବାକୁ ଆହ୍ବାନ ଦେଇଛନ୍ତି। ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ଦେଶର ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ସଂଗ୍ରାମୀମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେହି ବରପୁତ୍ରମାନଙ୍କ ଅବଦାନ ସମ୍ପର୍କରେ ଲୋକଙ୍କୁ ସ୍ମରଣ କରାଇ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହି ସମାବେଶରେ ଅଧ୍ୟକ୍ଷତା କରି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି ୨୫ ବର୍ଷ ତଳେ ନବୀନବାବୁ ବିଜେଡିର ଯେଉଁ ଚାରାଟିଏ ପୋତିଥିଲେ, ତାହା ଆଜି ମହାଦ୍ରୁମରେ ପରିଣତ ହୋଇଛି। ଓଡ଼ିଶାର ସ୍ବାର୍ଥ ରକ୍ଷା ପାଇଁ ବିଜୁ ଜନତା ଦଳ ଏକ ସାମୂହିକ ଆନ୍ଦୋଳନର ରୂପ ନେଇଛି। ଏତେ ବର୍ଷ ପରେ ବି ଦଳ ଏହାର ପ୍ରତିବଦ୍ଧତାରୁ ବିଚ୍ୟୁତ ହୋଇନାହିଁ। ବିଜୁବାବୁଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ସେଦିନ ସେ ସଂକଳ୍ପ ନେଇଥିଲେ। ସେବେଠୁ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ଉତ୍ସର୍ଗୀକୃତ ଭାବେ କାମ କରି ସାଢ଼େ ୪ କୋଟି ଓଡ଼ିଆଙ୍କ ଆଶା ଓ ଭରସାର ପ୍ରତୀକ ସାଜିଛନ୍ତି। ଏହି ପ୍ରତିବଦ୍ଧତାକୁ ଆଗକୁ ନେବା ଆମର ଉତ୍ତରଦାୟିତ୍ୱ ରହିଛି ବୋଲି ସେ କହିଛନ୍ତି।
ଏହି ବୈଠକରେ ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ମନ୍ତ୍ରୀ ଅତନୁ ସବ୍ୟସାଚୀ, ପୂର୍ବତନ ମନ୍ତ୍ରୀ ଅରୁଣ ସାହୁ , ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ମନ୍ତ୍ରୀ ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର, ପୂର୍ବତନ ମନ୍ତ୍ରୀ ଚନ୍ଦ୍ରସାରଥି ବେହେରା, ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆ, ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟ, ଯୁବ ବ୍ୟାପାର ସାଧାରଣ ସମ୍ପାଦକ ପ୍ରଣବ ବଳବନ୍ତରାୟ, ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ବିଭିନ୍ନ ବିଷୟରେ ବକ୍ତବ୍ୟ ରଖି ପଦଯାତ୍ରାକୁ ସଫଳ କରିବାକୁ ଆହ୍ବାନ ଦେଇଛନ୍ତି। ସମାବେଶର ଦ୍ୱିତୀୟ ଅଧିବେଶନରେ ପ୍ରଖ୍ୟାତ ପ୍ରେରଣାଦାୟୀ ବକ୍ତା ଉଜ୍ଜ୍ୱଳ ପଟନୀ ନବୀନବାବୁଙ୍କୁ ଦେଶର ତିନି ଜଣ ଶ୍ରେଷ୍ଠ ନେତାଙ୍କ ମଧ୍ୟରୁ ଜଣେ ବୋଲି ଅଭିହିତ କରିଛନ୍ତି। ବୈଠକ ପ୍ରାରମ୍ଭରେ ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ପ୍ରଦୀପ ଅମାତ, ଟୁକୁନି ସାହୁ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ପ୍ରମୁଖ ପ୍ରଦୀପ ପ୍ରଜ୍ୱଳନ କରି ସମାବେଶକୁ ଉଦ୍‌ଘାଟନ କରିଥିଲେ। ବନ୍ଦେ ଉତ୍କଳ ଜନନୀ ଗାନ ହେଲା ପରେ ବୈଠକ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri