ଜନକଲ୍ୟାଣ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ

ଭୁବନେଶ୍ୱର,୩୦।୯(ବ୍ୟୁରୋ): ଆମ ଦଳ ଲୋକଙ୍କ ସାଥିରେ ଅଛି, ଲୋକଙ୍କ ପାଇଁ କାମ କରୁଛି। ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ ତାହା ଉପରେ ଧ୍ୟାନ ଦିଅ। ଗୁରୁବାର ବରମୁଣ୍ଡା ପଡ଼ିଆରେ ଆରମ୍ଭ ହୋଇଥିବା ପଦଯାତ୍ରା ପ୍ରସ୍ତୁତି ବୈଠକକୁ ବେଙ୍ଗାଲୁରୁରୁ ଭିଡିଓ କନ୍‌ଫରେନ୍ସ ଜରିଆରେ ସମ୍ବୋଧନ କରି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ନେତା ଓ କର୍ମୀଙ୍କୁ ଏମିତି ବାର୍ତ୍ତା ଦେଇଛନ୍ତି। ଗାନ୍ଧୀ ଜୟନ୍ତୀଠାରୁ ସାରା ରାଜ୍ୟରେ ଆରମ୍ଭ ହେଉଥିବା ବିଜେଡିର ୧ ମାସବ୍ୟାପୀ ଜନସମ୍ପର୍କ ପଦଯାତ୍ରାକୁ ସଫଳ କରିବାକୁ ଆହ୍ବାନ ଦେଇଛନ୍ତି। ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ଦେଶର ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ସଂଗ୍ରାମୀମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେହି ବରପୁତ୍ରମାନଙ୍କ ଅବଦାନ ସମ୍ପର୍କରେ ଲୋକଙ୍କୁ ସ୍ମରଣ କରାଇ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହି ସମାବେଶରେ ଅଧ୍ୟକ୍ଷତା କରି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି ୨୫ ବର୍ଷ ତଳେ ନବୀନବାବୁ ବିଜେଡିର ଯେଉଁ ଚାରାଟିଏ ପୋତିଥିଲେ, ତାହା ଆଜି ମହାଦ୍ରୁମରେ ପରିଣତ ହୋଇଛି। ଓଡ଼ିଶାର ସ୍ବାର୍ଥ ରକ୍ଷା ପାଇଁ ବିଜୁ ଜନତା ଦଳ ଏକ ସାମୂହିକ ଆନ୍ଦୋଳନର ରୂପ ନେଇଛି। ଏତେ ବର୍ଷ ପରେ ବି ଦଳ ଏହାର ପ୍ରତିବଦ୍ଧତାରୁ ବିଚ୍ୟୁତ ହୋଇନାହିଁ। ବିଜୁବାବୁଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ସେଦିନ ସେ ସଂକଳ୍ପ ନେଇଥିଲେ। ସେବେଠୁ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ଉତ୍ସର୍ଗୀକୃତ ଭାବେ କାମ କରି ସାଢ଼େ ୪ କୋଟି ଓଡ଼ିଆଙ୍କ ଆଶା ଓ ଭରସାର ପ୍ରତୀକ ସାଜିଛନ୍ତି। ଏହି ପ୍ରତିବଦ୍ଧତାକୁ ଆଗକୁ ନେବା ଆମର ଉତ୍ତରଦାୟିତ୍ୱ ରହିଛି ବୋଲି ସେ କହିଛନ୍ତି।
ଏହି ବୈଠକରେ ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ମନ୍ତ୍ରୀ ଅତନୁ ସବ୍ୟସାଚୀ, ପୂର୍ବତନ ମନ୍ତ୍ରୀ ଅରୁଣ ସାହୁ , ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ମନ୍ତ୍ରୀ ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର, ପୂର୍ବତନ ମନ୍ତ୍ରୀ ଚନ୍ଦ୍ରସାରଥି ବେହେରା, ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆ, ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟ, ଯୁବ ବ୍ୟାପାର ସାଧାରଣ ସମ୍ପାଦକ ପ୍ରଣବ ବଳବନ୍ତରାୟ, ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ବିଭିନ୍ନ ବିଷୟରେ ବକ୍ତବ୍ୟ ରଖି ପଦଯାତ୍ରାକୁ ସଫଳ କରିବାକୁ ଆହ୍ବାନ ଦେଇଛନ୍ତି। ସମାବେଶର ଦ୍ୱିତୀୟ ଅଧିବେଶନରେ ପ୍ରଖ୍ୟାତ ପ୍ରେରଣାଦାୟୀ ବକ୍ତା ଉଜ୍ଜ୍ୱଳ ପଟନୀ ନବୀନବାବୁଙ୍କୁ ଦେଶର ତିନି ଜଣ ଶ୍ରେଷ୍ଠ ନେତାଙ୍କ ମଧ୍ୟରୁ ଜଣେ ବୋଲି ଅଭିହିତ କରିଛନ୍ତି। ବୈଠକ ପ୍ରାରମ୍ଭରେ ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ପ୍ରଦୀପ ଅମାତ, ଟୁକୁନି ସାହୁ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ପ୍ରମୁଖ ପ୍ରଦୀପ ପ୍ରଜ୍ୱଳନ କରି ସମାବେଶକୁ ଉଦ୍‌ଘାଟନ କରିଥିଲେ। ବନ୍ଦେ ଉତ୍କଳ ଜନନୀ ଗାନ ହେଲା ପରେ ବୈଠକ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?