କାଶୀପୁର ପରେ ଅନ୍ୟ ବ୍ଲକକୁ ବ୍ୟାପୁଛି: କଲ୍ୟାଣସିଂହପୁରରେ ୮ ଝାଡ଼ାବାନ୍ତିରେ ଆକ୍ରାନ୍ତ

ରାୟଗଡ଼ା ଅଫିସ,୨୯ା୭: ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କଲେରା ନିୟନ୍ତ୍ରଣକୁ ଆସି ନ ଥିବାବେଳେ ନିକଟସ୍ଥ କଲ୍ୟାଣସିଂହପୁର ବ୍ଲକରେ ଝାଡ଼ାବାନ୍ତି ବ୍ୟାପିଲାଣି। ବୁଡ଼ାଗୁଡ଼ା ପଞ୍ଚାୟତରୁ ୮ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଏବଂ ସିକରପାଇ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ୬ ଜଣ ଚିକିତ୍ସାଧୀନ ଅଛନ୍ତି।
ଗୁରୁତୁଲୀ ଗାଁର ଲକି କୁଲେସିକା(୬୦) ପ୍ରଥମେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ସିକରପାଇ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଚିକିତ୍ସା ପରେ ସେ ସୁସ୍ଥ ହୋଇ ଫେରିଥିଲେ। ଏହାପରେ ତାଙ୍କ ବୋହୁ ବାସନ୍ତୀ(୨୭) ଝାଡ଼ାବାନ୍ତିରେ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ସେହିପରି ସିକରପାଇ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କ ମଧ୍ୟରେ ଗୁରୁତୁଲୀ ଗାଁର ମୁତୁଲି କାଡ୍ରାକା(୬୦), ସଦାନନ୍ଦ ନିସିକା(୨୦), ସନମା ନାୟକ(୪୦), ଭୁବନ ଗୌଡ଼(୩୦), ବେଲକଣା ଗାଁର ଗିରଞ୍ଜଲି ନାୟକ (୧୧), କୃଷ୍ଣନଗରରୁ ବିଶ୍ୱନାଥ କାଲକା(୫୦) ରହିଛନ୍ତି। ବାରମ୍ବାର ଝାଡ଼ାବାନ୍ତି ହେବାରୁ ଏମାନଙ୍କୁ ଗୁରୁବାର ସନ୍ଧ୍ୟାରେ ସିକରପାଇଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଗୁରୁତୁଲୀ ଗ୍ରାମରୁ ୮ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ସୂଚନା ପାଇ ଭ୍ରାମ୍ୟମାଣ ସ୍ବାସ୍ଥ୍ୟଟିମ୍‌ ଗାଁରେ ପହଞ୍ଚିଥିବା ଜଣାପଡ଼ିଛି। ଏ ନେଇ ସିଡିଏମ୍‌ଓ ଲାଲମୋହନ ରାଉତରାୟଙ୍କୁ ପଚାରିବାରୁ ୮ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ସ୍ବୀକାର କରିବା ସହ ଡାକ୍ତରଖାନାରେ ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri