Posted inଜାତୀୟ

ଆସନ୍ତା ସପ୍ତାହରୁ ମିଳିବ ସ୍ପୁଟନିକ-ଭି

ନୂଆଦିଲ୍ଲୀ,୧୩।୫: ରୁଷିଆର ସ୍ପୁଟନିକ-ଭି କୋଭିଡ୍‌ ଟିକା ଆସନ୍ତା ସପ୍ତାହରୁ ଭାରତ ବଜାରରେ ଉପଲବ୍ଧ ହେବ। ଏନେଇ ଗୁରୁବାର ନୀତି ଆୟୋଗ ସଦସ୍ୟ ଡାକ୍ତର ଭି.କେ ପଲ୍‌ ଏହି ସୂଚନା ଦେଇଛନ୍ତି। ସ୍ପୁଟନିକ-ଭିର ପ୍ରଥମ ବ୍ୟାଚ୍‌ ଭାରତରେ ପହଞ୍ଚି ଥିବା ବେଳେ ଆଗାମୀ ଦିନରେ ଆହୁରି ଅଧିକ ଟିକା ଆସିବ ବୋଲି ସେ ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଜୁଲାଇରେ ଭାରତରେ ସ୍ପୁଟନିକ-ଭି ଟିକା ଉତ୍ପାଦିତ ହେବ। ୧୫.୬ କୋଟି ସ୍ପୁଟନିକ-ଭି ଟିକା ଡୋଜ ଉତ୍ପାଦନ କରିବାକୁ ଭାରତ ଲକ୍ଷ ରଖିଛି। ଭାରତରେ ସ୍ପୁଟନିକ-ଭି ହାଇଦ୍ରାବାଦର ଡାକ୍ତର ରେଡ୍ଡୀ ଲ୍ୟାବ ସହ ମିଶି ପରୀକ୍ଷଣ କରିଥିଲା। ମୋଡର୍ନା ଏବଂ ଫାଇଜର ପରେ ଏହି ଟିକା ୯୧.୬ ପ୍ରତିଶତ ପ୍ରଭାବଶାଳୀ ରହିଛି। ଭାରତରେ କ୍ଲିନିକାଲ ପରୀକ୍ଷଣ ପ୍ରଥମ ପର୍ଯ୍ୟାୟରେ ଥିବା ଏହି ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଡାକ୍ତର ରେଡ୍ଡୀ ଲ୍ୟାବ ଫେବୃୟାରୀ ୧୯ରେ ଆବେଦନ କରିଥିଲା। ଏପ୍ରିଲ ୧ରେ ଏକ୍ସପର୍ଟ କମିଟି ଡାକ୍ତର ରେଡ୍ଡୀ ଲ୍ୟାବକୁ ପରୀକ୍ଷଣର ତଥ୍ୟ ଏବଂ ଏହା କିଭଳି ପ୍ରତିରୋଧକ ଶକ୍ତି ବଢାଉଛି ସେ ବିଷୟରେ ତଥ୍ୟ ଦେବାକୁ କହିଥିଲେ। ଡାକ୍ତର ରେଡ୍ଡୀ ଲ୍ୟାବ ସବୁ ତଥ୍ୟ ଦେବା ପରେ ଏକ୍ସପର୍ଟ କମିଟି ଟିକାର ସୀମିତ ବ୍ୟବହାର ପାଇଁ ଅନୁମତି ଦେଇଥିଲେ। ଏହା ପରେ ଟିକାର ଜରୁରୀକାଳିନ ବ୍ୟବହାର ପାଇଁ ଅନୁମତି ଦେଇଥିଲା ଡିସିଜିଆଇ ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri