ସକାଳେ ସ୍ପାଏ କ୍ୟାମେରା, ସନ୍ଧ୍ୟାରେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌, ସୁରକ୍ଷା ନେଇ ପ୍ରଶ୍ନବାଚୀ

ପୁରୀ,୨୭ା୮(ଅଜିତ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ଉପରେ ବୁଧବାର ସନ୍ଧ୍ୟାରେ ନୋ ଫ୍ଲାଇଙ୍ଗ ଜୋନ୍‌ରେ ଡ୍ରୋନ୍‌ ଉଡ଼ିଥିବା ଦେଖିବାକୁ ମିଳିଛି। ମାର୍କେଟ ଛକରୁ ଶ୍ରୀମନ୍ଦିର ନିକଟ, ପୁଣି ଶ୍ରୀମନ୍ଦିର ନିକଟରୁ ଡ୍ରୋନ୍‌ଟି ଦୋଳମଣ୍ଡପ ସାହି ପର୍ଯ୍ୟନ୍ତ ଚକ୍କର ମାରିଥିବା ଦେଖିବାକୁ ମିଳିଥିଲା। ମାର୍କେଟ ଛକଠାରୁ ଡ୍ରୋନ୍‌ଟି ଅପରେଟ୍‌ କରାଯାଇଥିବା ଅନୁମାନ କରାଯାଉଛି। ପୁରୀ ପୋଲିସ ଏହାର ତଦନ୍ତ କରିବାକୁ ଦାବି ଉଠିଛି। ତେବେ ଏନେଇ ପୋଲିସ ପକ୍ଷରୁ କୌଣସି ସୂଚନା ମିଳିପାରିନାହିଁ।

ସେହିପରି ଆଜି ମଧ୍ୟ ଶ୍ରୀମନ୍ଦିରର ସୁରକ୍ଷା ବଳୟକୁ ଭେଦ କରି ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଭିତରକୁ ସ୍ପାଏ କ୍ୟାମେରା ନେଇ ଫଟୋ ଉତ୍ତୋଳନ କରୁଥିବା ନେଇ ଅଭିଯୋଗ ହୋଇଛି। ତେବେ ଏହା ପ୍ରଥମ ଘଟଣା ନୁହେଁ ଚଷମାରେ ସ୍ପାଏ କ୍ୟାମେରା ନେବା ଘଟଣାକୁ ଆଜିର ଘଟଣାକୁ ମିଶାଇ ୪ ଥର ଘଟିଲାଣି। ତେବେ ଶ୍ରୀମନ୍ଦିର ଭିତରକୁ ବେଧ ମୋବାଇଲ ନେଇ ଫଟୋ, ଭି.ଉତ୍ତୋଳନ କରିବା ଘଟଣା ଥମିବାର ନାଁ ଧରୁନାହିଁ। ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଘଟଣାର ପୁନରାବୃତ୍ତି ବାରମ୍ବାର ଦେଖିବାକୁ ମିଳୁଛି ବୋଲି ସାଧାରଣରେ ମତପୋଷଣ ପାଇଛି।

ମିଳିଥିବା ସୂଚନାନୁଯାୟୀ, ବୁଧବାର ସକାଳେ ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳର ଅରୂପ ରାୟ (୩୧) ପରିବାର ସହିତ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସିଥିଲେ। ଦର୍ଶନ ପାଇଁ ଯିବା ବେଳେ ଚଷମା ସଂଯୁକ୍ତ ହିଡେନ କ୍ୟାମେରା ଶ୍ରୀମନ୍ଦିରକୁ ନେଇ ପ୍ରବେଶ କରିଥିଲେ। ହିଡେନ କ୍ୟାମେରାରେ ଶ୍ରୀମନ୍ଦିର ଭିତରେ ଶୁଟିଂ କରୁଥିବା ବେଳେ ମନ୍ଦିର ସୁରକ୍ଷାକର୍ମୀ ସନ୍ଦେହ କରିଥିଲେ। ଯାଞ୍ଚ ପରେ ସମ୍ପୃକ୍ତ ବ୍ୟକ୍ତି ଜଣକ ହିଡେନ କ୍ୟାମେରାରେ ଶ୍ରୀମନ୍ଦିର ଭିତରର ଭିଜୁଆଲ ନେଉଥିବା ଜଣାପଡ଼ିଥିଲା। ସମ୍ପୃକ୍ତ ବ୍ୟକ୍ତିଙ୍କୁ ପ୍ରଥମେ ଗାରଦ ଓ ପରେ ସିଂହଦ୍ୱାର ଥାନାକୁ ନେଇଥିଲେ ସୁରକ୍ଷାକର୍ମୀ। ବ୍ୟକ୍ତିଙ୍କୁ ସିଂହ ଦ୍ୱାର ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି।

ସୂଚନାଯୋଗ୍ୟ ,ଚଳିତ ବର୍ଷ ଜାନୁଆରୀ ୫ ତାରିଖ ଭୋର ସମୟରେ ଡ୍ରୋନ୍‌ ଏବଂ ୧୨ ତାରିଖରେ ଶ୍ରୀମନ୍ଦିର ଭିତର ଫଟୋ ଉଠାଇ ସାମାଜିକ ଗଣମାଧ୍ୟମରେ ପ୍ରଘଟ କରିବାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। ପରେ ଜାନୁଆରୀ ୧୯ରେ ଶ୍ରୀମନ୍ଦିରର ଗର୍ଭଗୃହର ସମ୍ବେଦନଶୀଳ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଥିବା ଦେଖିବାକୁ ମିଳିଥିଲା। ବୃନ୍ଦାବନର ଜଣେ ବ୍ୟକ୍ତି ବାଙ୍କେ ବିହାରୀ ଅନନ୍ତ ନିଜ ଇନ୍‌ଷ୍ଟାଗ୍ରାମ ଓ ଫେସ୍‌ବୁକରେ ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ପ୍ରଘଟ କରିଥିବା ଦେଖିବାକୁ ମିଳିଥିଲା। ଏହି ୩ଟି ଘଟଣାରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରିଥିଲା। କିନ୍ତୁ ୩ଟି ଘଟଣା ମଧ୍ୟରୁ କେବଳ ବୃନ୍ଦାବନର ବାଙ୍କେ ବିହାରୀ ଅନନ୍ତ(୪୫) ଫେବୃଆରୀ ୧୯ରେ ସିଂହଦ୍ୱାର ଥାନାରେ ହାଜର ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ଉପରୋକ୍ତ ଘଟଣାରେ ପୁଲିସ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପାରି ନାହାନ୍ତି। ବର୍ତ୍ତମାନ ସୁଦ୍ଧା ଶ୍ରୀମନ୍ଦିର ଭିତରକୁ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ଭିଡିଓ ଉତ୍ତୋଳନ କରିବାର ଚେଷ୍ଟା ପୂର୍ବରୁ ପ୍ରାୟ ୩ଥର ହୋଇ ସାରିଛି। ଯାହାକୁ ନେଇ ପୁନର୍ବାର ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଶତାଧିକ ପୋଲିସ ଶ୍ରୀମନ୍ଦିର ବାହାରେ ଏବଂ ଭିତରେ ମୁତୟନ ଥାଇ ବି ବାରମ୍ବାର ଏଭଳି ଘଟଣାକୁ ନେଇ ପୋଲିସର ସୁରକ୍ଷା ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ମଙ୍ଗଳବାର ନୂଆ ଜିଲା ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂ କାର୍ଯ୍ୟରେ ଯୋଗଦାନ ପରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲାପଣ ତାଙ୍କ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବାରମ୍ବାର ଭିଡିଓ ପ୍ରଘଟ ଘଟଣାକୁ ନେଇ ଜଗନ୍ନାଥପ୍ରେମୀଙ୍କ ଭାବାବେଗରେ ଆଘାତ ଲାଗିଛି ବୋଲି ସୂଚନା ମିଳିଛି।ଏନେଇ ସିଂହଦ୍ୱାର ଥାନା ପକ୍ଷରୁ କେସ୍‌ ନଂ ୧୩୧/୨୫ରେ ଏକ ମାମଲା ରୁଜୁ କରିଛି। ଘଟଣା ସମ୍ପର୍କରେ ଏସ୍‌ପି ପ୍ରତୀକ ସିଂ ସୂଚନା ଦେଇ କହିଛନ୍ତି କି ଆଗରୁ ମଧ୍ୟ ହିଡେନ କ୍ୟାମେରାକୁ ନେଇ ଲୋକମାନଙ୍କୁ ସଚେତନ କରାଯାଇଛ। ଷ୍ଟାଫ୍‌ ଓ ସମସ୍ତ କର୍ମଚାରୀଙ୍କୁ ଆଲର୍ଟରେ ରଖାଯାଇଥିଲା। ଆଜି ପଶ୍ଚିମବଙ୍ଗର ଜଣେ ବ୍ୟକ୍ତି ଚଷମାରେ ସ୍ପାଏ କ୍ୟାମେରା ଲଗାଇ ଶ୍ରୀମନ୍ଦିରକୁ ଯାଇ ବେଳେ ସୁରକ୍ଷାରେ ଥିବା କର୍ମଚାରୀ ତାଙ୍କୁ ଧରିଥିଲେ। ଯାଞ୍ଚ ଚାଲିଛି। ସମସ୍ତ ଅଧିକାରୀ ଆଲର୍ଟ ରହୁଛନ୍ତି।ଏନେଇ ଷ୍ଟାଫ୍‌ଙ୍କୁ ମଧ୍ୟ ସୂଚନା ଦିଆଯାଉଛି ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri