Posted inଖେଳ

ଅଷ୍ଟ୍ରେଲିଆ ବିପକ୍ଷ ୨ ଟେଷ୍ଟ, ଦିନିକିଆ ସିରିଜ୍‌ ପାଇଁ ଦଳ ଘୋଷଣା

ନୂଆଦିଲ୍ଲୀ,୧୯।୨: ଅଷ୍ଟ୍ରେଲିଆ ବିପକ୍ଷ ସିରିଜର ଶେଷ ଦୁଇଟି ଟେଷ୍ଟ ମ୍ୟାଚ ଏବଂ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଟେଷ୍ଟ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥି ସହ ଦ୍ରୁତ ବୋଲର ଜୟଦେବ ଉନାଦକତ ଏବଂ ରବିନ୍ଦ୍ର ଜାଡେଜା ଏକଦିବସୀୟ ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଉନାଦକତ ଶେଷ ଥର ପାଇଁ ନଭେମ୍ବର ୨୦୧୩ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ପାଇଁ ଏକ ଦିନିକିଆ ଖେଳିଥିଲେ। ଏଥି ସହିତ ଜାଡେଜା ଜୁଲାଇ ୨୦୨୨ରେ ଇଂଲଣ୍ଡ ବିପକ୍ଷରେ ଶେଷ ଦିନିକିଆ ଖେଳିଥିଲେ। ଭାରତ ବନାମ ଅଷ୍ଟ୍ରେଲିଆ ଦିନିକିଆ ସିରିଜ ୧୭ ମାର୍ଚ୍ଚରୁ ଆରମ୍ଭ ହେବ।
ତୃତୀୟ-ଚତୁର୍ଥ ଟେଷ୍ଟ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), କେ.ଏଲ ରାହୁଲ, ଶୁଭମାନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, କେ.ଏସ ଭରତ (ଡବ୍ଲୁ), ଇଶାନ କିଶନ (ଡବ୍ଲୁ), ରବିଚନ୍ଦ୍ରନ ଅଶ୍ୱିନ, ଅକ୍ଷର ପଟେଲ, କୁଲଦୀପ ଯାଦବ, ରବିନ୍ଦ୍ର ଜାଡେଜା, ମହମ୍ମଦ ଶାମି, ମହମ୍ମଦ ସିରାଜ, ଶ୍ରେୟାସ ଆୟର, ସୂର୍ଯ୍ୟକୁମାର ଯାଦବ, ଉମେଶ ଯାଦବ, ଜୟଦେବ ଉନାଦକତ।

ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ପାଇଁ ଟିମ ଇଣ୍ଡିଆ: ରୋହିତ ଶର୍ମା (ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା (ଉପ-ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ସୂର୍ଯ୍ୟକୁମାର ଯାଦବ, କେ.ଏଲ ରାହୁଲ, ଇଶାନ କିଶନ (ଉଇକେଟ କିପର), ରବିନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ୱାଶିଂଟନ ସୁନ୍ଦର, ୟୁଜବେନ୍ଦ୍ର ଚହଲ, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମ୍‌ରାନ ମଲିକ, ଶାର୍ଦ୍ଦୁଲ ଠାକୁର, ଅକ୍ଷର ପଟେଲ, ଜୟଦେବ ଉନାଦକତ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri