ଭେଜାଲ ଖାଦ୍ୟ ସାମଗ୍ରୀ ରୋକିବ ସ୍କ୍ବାଡ୍‌

କଟକ ଅଫିସ, ୨।୧୨:କଟକ ଜିଲାରେ ଭେଜାଲ ତଥା ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତକାରୀ କାରଖାନାଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ବୁଧବାର ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାସ୍ତରର ବରିଷ୍ଠ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଉଚ୍ଚସ୍ତରୀୟ ସ୍କ୍ବାଡ୍‌ ଗଠନ କରାଯାଇଛି। ଏଥିନିମନ୍ତେ ସିଏମ୍‌ସି ଓ ଜିଲା ଖାଦ୍ୟ ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଟେଲିଫୋନ ନମ୍ବର ଜାରି କରାଯିବ। ଏହି ଟେଲିଫୋନ୍‌ ମାଧ୍ୟମରେ ସ୍ଥାନୀୟ ଜନପ୍ରତିନିଧି, ସାମାଜିକ ଅନୁଷ୍ଠାନର ସଦସ୍ୟ, ସାଧାରଣ ଜନତା ସୂଚନା ଦେଇପାରିବେ। ସେମାନଙ୍କ ସୂଚନା ଆଧାରରେ ସମ୍ପୃକ୍ତ କାରଖାନା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ବିଭିନ୍ନ ସ୍କ୍ବାଡ୍‌ରେ ଜିଲାପାଳଙ୍କ ସମେତ ଅତିରିକ୍ତ ଜିଲାପାଳ, ଡିସିପି, ଏସ୍‌ପି, ସିଏମ୍‌ସି କମିଶନର, ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ, ସିଏମ୍‌ସି ଖାଦ୍ୟ ସୁରକ୍ଷା ଅଧିକାରୀ, ଜିଲା ମୁଖ୍ୟ ଯୋଗାଣ ଅଧିକାରୀ, ଆସିଷ୍ଟାଣ୍ଟ କଣ୍ଟ୍ରୋଲରମାନେ ସଦସ୍ୟ ରହିଛନ୍ତି। ଏହି ସ୍କ୍ବାଡ୍‌ ନକଲି ଓ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ କାରଖାନା ସମ୍ପର୍କରେ ସୂଚନା ସଂଗ୍ରହ କରିବା ପରେ ଚଢ଼ାଉ ସହ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ନେବ ବୋଲି ଜିଲାପାଳ କହିଛନ୍ତି। ସ୍ଥାନୀୟ ଜନପ୍ରତିନିଧି, ସାମାଜିକ ଅନୁଷ୍ଠାନ, ସାଧାରଣ ଜନତାଙ୍କଠାରୁ ମଧ୍ୟ ସୂଚନାପ୍ରାପ୍ତି ଉପରେ ଜିଲାପାଳ ଗୁରୁତ୍ୱ ଦେଇଛନ୍ତି। ଏତଦ୍‌ବ୍ୟତୀତ ମାଲଗୋଦାମ ବ୍ୟବସାୟୀମାନଙ୍କ ସହିତ ବିଭିନ୍ନ ସମୟରେ ଆଲୋଚନା କରାଯାଇ ରଣନୀତି ପ୍ରସ୍ତୁତ ସହ କାର୍ଯ୍ୟାନୁଷ୍ଠାନ ହେବ। ଏହି ବୈଠକରେ ସିଏମ୍‌ସି କମିଶନର ଅନନ୍ୟା ଦାସ, ଗ୍ରାମାଞ୍ଚଳ ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର, ଅତିରିକ୍ତ ଜିଲାପାଳ ବିଜୟ କୁମାର ଖଣ୍ଡାୟତରାୟ, ପୂର୍ଣ୍ଣଚନ୍ଦ୍ର ମିଶ୍ର, ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ଡ. ସତ୍ୟବ୍ରତ ମହାପାତ୍ର, ଏସିପି ଅମରେନ୍ଦ୍ର ପଣ୍ଡାଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri