ଭେଜାଲ ଖାଦ୍ୟ ସାମଗ୍ରୀ ରୋକିବ ସ୍କ୍ବାଡ୍‌

କଟକ ଅଫିସ, ୨।୧୨:କଟକ ଜିଲାରେ ଭେଜାଲ ତଥା ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତକାରୀ କାରଖାନାଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ବୁଧବାର ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାସ୍ତରର ବରିଷ୍ଠ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଉଚ୍ଚସ୍ତରୀୟ ସ୍କ୍ବାଡ୍‌ ଗଠନ କରାଯାଇଛି। ଏଥିନିମନ୍ତେ ସିଏମ୍‌ସି ଓ ଜିଲା ଖାଦ୍ୟ ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଟେଲିଫୋନ ନମ୍ବର ଜାରି କରାଯିବ। ଏହି ଟେଲିଫୋନ୍‌ ମାଧ୍ୟମରେ ସ୍ଥାନୀୟ ଜନପ୍ରତିନିଧି, ସାମାଜିକ ଅନୁଷ୍ଠାନର ସଦସ୍ୟ, ସାଧାରଣ ଜନତା ସୂଚନା ଦେଇପାରିବେ। ସେମାନଙ୍କ ସୂଚନା ଆଧାରରେ ସମ୍ପୃକ୍ତ କାରଖାନା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ବିଭିନ୍ନ ସ୍କ୍ବାଡ୍‌ରେ ଜିଲାପାଳଙ୍କ ସମେତ ଅତିରିକ୍ତ ଜିଲାପାଳ, ଡିସିପି, ଏସ୍‌ପି, ସିଏମ୍‌ସି କମିଶନର, ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ, ସିଏମ୍‌ସି ଖାଦ୍ୟ ସୁରକ୍ଷା ଅଧିକାରୀ, ଜିଲା ମୁଖ୍ୟ ଯୋଗାଣ ଅଧିକାରୀ, ଆସିଷ୍ଟାଣ୍ଟ କଣ୍ଟ୍ରୋଲରମାନେ ସଦସ୍ୟ ରହିଛନ୍ତି। ଏହି ସ୍କ୍ବାଡ୍‌ ନକଲି ଓ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ କାରଖାନା ସମ୍ପର୍କରେ ସୂଚନା ସଂଗ୍ରହ କରିବା ପରେ ଚଢ଼ାଉ ସହ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ନେବ ବୋଲି ଜିଲାପାଳ କହିଛନ୍ତି। ସ୍ଥାନୀୟ ଜନପ୍ରତିନିଧି, ସାମାଜିକ ଅନୁଷ୍ଠାନ, ସାଧାରଣ ଜନତାଙ୍କଠାରୁ ମଧ୍ୟ ସୂଚନାପ୍ରାପ୍ତି ଉପରେ ଜିଲାପାଳ ଗୁରୁତ୍ୱ ଦେଇଛନ୍ତି। ଏତଦ୍‌ବ୍ୟତୀତ ମାଲଗୋଦାମ ବ୍ୟବସାୟୀମାନଙ୍କ ସହିତ ବିଭିନ୍ନ ସମୟରେ ଆଲୋଚନା କରାଯାଇ ରଣନୀତି ପ୍ରସ୍ତୁତ ସହ କାର୍ଯ୍ୟାନୁଷ୍ଠାନ ହେବ। ଏହି ବୈଠକରେ ସିଏମ୍‌ସି କମିଶନର ଅନନ୍ୟା ଦାସ, ଗ୍ରାମାଞ୍ଚଳ ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର, ଅତିରିକ୍ତ ଜିଲାପାଳ ବିଜୟ କୁମାର ଖଣ୍ଡାୟତରାୟ, ପୂର୍ଣ୍ଣଚନ୍ଦ୍ର ମିଶ୍ର, ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ଡ. ସତ୍ୟବ୍ରତ ମହାପାତ୍ର, ଏସିପି ଅମରେନ୍ଦ୍ର ପଣ୍ଡାଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri